Posted inଖେଳ

ସ୍ପ୍ରିଣ୍ଟ କୁଇନ୍‌ ଦୂତୀଙ୍କୁ ପଦୋନ୍ନତି

ଭୁବନେଶ୍ୱର: ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ କରୋନା ମହାମାରୀ ପାଇଁ କ୍ରୀଡ଼ା ପ୍ରତିଯୋଗିତାରେ ଭାଗନେଇ ପାରି ନାହାନ୍ତି। ତେବେ ଅର୍ଜୁନ ପୁରସ୍କାର ପାଇଥିବାରୁ ତାଙ୍କ ପାଇଁ ଏହି ବର୍ଷର ଶେଷଭାଗ ଖୁସି ଖବର ଆଣିଛି। ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମସି)ରେ କାର୍ଯ୍ୟରତ ଦୂତୀଙ୍କୁ ଡେପୁଟି ମ୍ୟାନେଜରରୁ ମ୍ୟାନେଜର(ସିକ୍ୟୁରିଟି) ପଦକୁ ପଦୋନ୍ନତି ମିଳିଛି। ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନଙ୍କ ଉପସ୍ଥିତିରେ ସୋମବାର କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଦୂତୀଙ୍କୁ ପଦୋନ୍ନତି ପତ୍ର ପ୍ରଦାନ କରିଛନ୍ତି। ଏହି ସଫଳତା ପାଇଁ ଦୂତୀ ନିଜ ପରିବାରବର୍ଗ, ମୁଖ୍ୟମନ୍ତ୍ରୀ ଏବଂ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଏମ୍‌ପି ଅଚ୍ୟୁତ ସାମନ୍ତ, କୋଚ୍‌ ଏବଂ ସମର୍ଥକଙ୍କୁ ଧନ୍ୟବାଦ ଜଣାଇଛନ୍ତି। କୋଭିଡ-୧୯ ପାଇଁ ଏବେ ସମସ୍ତ କ୍ରୀଡ଼ା ପ୍ରତିଯୋଗିତା ବନ୍ଦ। ତେଣୁ କେବଳ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରି ନିଜକୁ ପ୍ରସ୍ତୁତ କରୁଛି। ଆସନ୍ତା ବର୍ଷ ପ୍ରାରମ୍ଭରେ ପ୍ରତିଯୋଗିତା ଆରମ୍ଭ ହେଲେ ଅଲିମ୍ପିକ୍ସ ପ୍ରସ୍ତୁତି ଜୋରଦାର ହେବ ବୋଲି ଦୂତୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri