Posted inଜାତୀୟ

ଉତ୍ତରଦାୟିତ୍ୱରୁ ଖସିବା ପାଇଁ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର

ନୂଆଦିଲ୍ଲୀ,୬ା୭(ପି.ଟି.): ୨୯୪ ଯାତ୍ରୀଙ୍କ ଜୀବନ ନେଇଥିବା ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗରେ ଉତ୍ତରଦାୟିତ୍ୱରୁ ଖସିଯିବା ପାଇଁ ରେଳ ମନ୍ତ୍ରଣାଳୟ ‘ଅନ୍ତର୍ଘାତୀ ସିଦ୍ଧାନ୍ତ’ର ପ୍ରଚାର ଚଳାଇଥିବା କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଦେଶରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ଗୁଡ଼ିକର ଉଦ୍‌ଘାଟନ ଚାଲିଥିବାବେଳେ କେନ୍ଦ୍ର ସରକାରଙ୍କ ‘ଭୁଲ୍‌ ପ୍ରାଥମିକତା’ ଯୋଗୁ ବାଲେଶ୍ୱର ଟ୍ରେନ୍‌ ଟ୍ରାଜେଡି ଘଟିଲା। କେନ୍ଦ୍ର ହେଡ୍‌ଲାଇନ୍‌ ମ୍ୟାନେଜମେଣ୍ଟରେ ବ୍ୟସ୍ତ ରହିଛି ବୋଲି ଜୟରାମ ଟୁଇଟ୍‌ କରିଛନ୍ତି। ଭୁଲ୍‌ ସଙ୍କେତ ଯୋଗୁ ୩ଟି ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ନେଇ କମିଶନର ଅଫ୍‌ ରେଲଓ୍ବେ ସେଫ୍ଟିଙ୍କ ଉଚ୍ଚସ୍ତରୀୟ ତଦନ୍ତରୁ ଜଣାପଡ଼ିବା ପରେ ଜୟରାମଙ୍କ ଏହି ମନ୍ତବ୍ୟ ଗୁରୁତ୍ୱ ବହନ କରେ। ଜୟରାମ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜ ଉତ୍ତରଦାୟିତ୍ୱରୁ ଖସିଯିବା ପାଇଁ ଅନ୍ତର୍ଘାତୀ ସିଦ୍ଧାନ୍ତର ପରିକଳ୍ପନା ଓ ପ୍ରଚାର ଚଳାଇଛନ୍ତି। ଲୋକେଶନ୍‌ ବକ୍ସର ଓ୍ବାୟରିଂରେ ଥିବା ଏକ ତ୍ରୁଟିକୁ ସିଗ୍‌ନାଲ ଆଣ୍ଡ୍‌ ଟେଲିକମ୍‌ (ଏସ୍‌ଆଣ୍ଡ୍‌ଟି) ଷ୍ଟାଫ୍‌ ଗତ ୫ ବର୍ଷ ମଧ୍ୟରେ ଧରି ନ ପାରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସର୍କିଟ୍‌ଗୁଡ଼ିକର ଭୁଲ୍‌ ଲେବେଲିଂ ଓ ସର୍କିଟ୍‌ କାମ କରୁଛି କି ନାହିଁ ତାହା ଯାଞ୍ଚ ନ କରିବା ହେଉଛି ସବୁଠୁ ବଡ଼ ବିଫଳତା ବୋଲି ଜୟରାମ କହିଛନ୍ତି। ପ୍ରକାଶ ଯେ, ଜୁନ୍‌ ୨ରେ ବାହାନଗା ବଜାର ନିକଟରେ କରମଣ୍ଡଳ ଏକ୍ସପ୍ରେସ୍‌, ବେଙ୍ଗାଲୁରୁ-ହାଓଡା ସୁପରଫାଷ୍ଟ୍‌ ଏକ୍ସପ୍ରେସ୍‌ ଓ ଏକ ମାଲବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହୋରୁ ୨୯୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧,୦୦୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri