ନିଜ୍ଜର ହତ୍ୟା ପ୍ରମାଣ ଭାରତକୁ ଦିଆଯାଇଛି: ଟ୍ରୁଡୋ

ଟରଣ୍ଟୋ,୨୪ା୯ : ବିଚ୍ଛିନ୍ନତାବାଦୀ ନେତା ହରଦୀପ୍‌ ସିଂ ନିଜ୍ଜର ହତ୍ୟା ସହ ଭାରତୀୟ ଏଜେଣ୍ଟ ସମ୍ପୃକ୍ତ ଥିବା ନେଇ ନିର୍ଭରଯୋଗ୍ୟ ଅଭିଯୋଗର ପ୍ରମାଣ ବହୁ ସପ୍ତାହ ପୂର୍ବରୁ ଭାରତକୁ ଦିଆଯାଇଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ କହିଛନ୍ତି। ଏହି ସାଂଘାତିକ ଘଟଣାର ସତ୍ୟତା ବାହାର କରିବାରେ ନୂଆଦିଲ୍ଲୀ ଓଟାଓ୍ବା ସହ ଗଠନମୂଳକ ଭାବେ କାର୍ଯ୍ୟ କରିବା ଆମେ ଚାହୁଁ ବୋଲି ଟ୍ରୁଡୋ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ମିଳିତ ଖବରଦାତା ସମ୍ମିଳନୀରେ କହିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜରଙ୍କୁ ଗତ ଜୁନ୍‌ ୧୮ରେ ବ୍ରିଟିଶ କଲମ୍ବିଆରେ ହତ୍ୟା କରାଯାଇଥିଲା। ଏଥିରେ ଭାରତର ଗୋଇନ୍ଦା ସଂସ୍ଥାର ସମ୍ଭାବ୍ୟ ସମ୍ପୃକ୍ତି ଥିବାନେଇ ଟ୍ରୁଡୋ ବିସ୍ଫୋରକ ଅଭିଯୋଗ ଆଣିବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢ଼ିଛି। କାନାଡ଼ା ଭାରତର କୂଟନୈତିକ ଅଧିକାରୀଙ୍କୁ ବହିଷ୍କାର କରିବା ପରେ ଯେସାକୁ ତେସା ନୀତିରେ ନୂଆଦିଲ୍ଲୀ ମଧ୍ୟ ସେମାନଙ୍କ କୂଟନୈତିକ ଅଧିକାରୀଙ୍କୁ ଦେଶ ଛାଡ଼ି ଚାଲିଯିବାକୁ ନିର୍ଦ୍ଦେଶ ଦେଇଥିଲେ।
ଅଷ୍ଟ୍ରେଲିଆ, କାନାଡା, ନ୍ୟୁଜିଲାଣ୍ଡ, ବ୍ରିଟେନ୍‌ ଏବଂ ଆମେରିକାକୁ ନେଇ ଗଠିତ ଗୋଇନ୍ଦା ସଂସ୍ଥା ଫାଇଭ୍‌ ଆଇଜ୍‌ ଏହାର ସହଯୋଗୀ ଦେଶଗୁଡ଼ିକୁ ନିଜ୍ଜର ହତ୍ୟା ସମ୍ପର୍କରେ ଗୋଇନ୍ଦା ରିପୋର୍ଟ ଦେଇଥିଲା ବୋଲି ଆମେରିକା କୂଟନୀତିଜ୍ଞ ପ୍ରଥମ ଥର ପାଇଁ ସ୍ବୀକାର କରିଛନ୍ତି। ଗୋଇନ୍ଦା ରିପୋର୍ଟ ପାଇବା ପରେ ହତ୍ୟାକାଣ୍ଡରେ ଭାରତୀୟ ଗୋଇନ୍ଦା ସଂସ୍ଥା ସମ୍ପୃକ୍ତ ଥିବା ଟ୍ରୁଡୋ ଅଭିଯୋଗ ଆଣିଥିଲେ ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି। ହତ୍ୟାକାଣ୍ଡରେ ଭାରତର ସମ୍ପୃକ୍ତି ଅଭିଯୋଗକୁ ନେଇ ଆମେରିକା ଗଭୀର ଚିନ୍ତା ପ୍ରକଟ କରିଥିବା ଏହାର ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି। ତଦନ୍ତରେ ନୂଆଦିଲ୍ଲୀ ଓଟ୍ଟାଓ୍ବା ସହ ଏକାଠି କାମ କରିବା ଗୁରୁତ୍ୱପୂର୍ଣ୍ଣ ବୋଲି ସେ ମତ ଦେଇଛନ୍ତି।
ଅନ୍ୟପକ୍ଷରେ ଭାରତର ପୂର୍ବତନ ରାଷ୍ଟ୍ରଦୂତ ବିକାଶ ସ୍ବରୂପ କାନାଡା ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱହୀନ ଅଭିଯୋଗକୁ ନିନ୍ଦା କରିଛନ୍ତି। ବିବାଦ ହ୍ରାସ କରିବା ସହ ସତ୍ୟ ପଦାକୁ ଆଣିବାରେ ଓଟାଓ୍ବା କାର୍ଯ୍ୟ କରୁ ବୋଲି ସେ କହିଛନ୍ତି। ଦୋଷ ପ୍ରମାଣ ନ ହେବା ପର୍ଯ୍ୟନ୍ତ ଜଣେ ନିର୍ଦ୍ଦୋଷ। ଆଇନକୁ ତା’ ବାଟରେ ଯିବାକୁ ଦିଆଯାଉ ବୋଲି ସ୍ବରୂପ କାନାଡା ସରକାରଙ୍କୁ ଚେତାଇ ଦେଇଛନ୍ତି। ସ୍ବରୂପ ୨୦୧୭ରୁ ୨୦୧୯ କାନାଡାରେ ଭାରତର ଉଚ୍ଚାୟୁକ୍ତ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri