ଅଗଷ୍ଟ ୨୫ରୁ ‘ପ୍ରୋପ୍ୟାକ୍‌ ଓଡ଼ିଶା’

କଟକ,୨୧।୮: ରାଜ୍ୟର ପ୍ରମୁଖ କ୍ଷୁଦ୍ରଶିଳ୍ପ ସଂଘ ‘ଓଡ଼ିଶା ଆସେମ୍ବ୍ଲି ଅଫ୍‌ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓସ୍‌ମେ) ପକ୍ଷରୁ ଏକ ୪ ଦିନିଆ ପ୍ରଦର୍ଶନୀ ଓ କର୍ମଶାଳା ଭିତ୍ତିକ କାର୍ଯ୍ୟକ୍ରମ ‘ପ୍ରୋପ୍ୟାକ୍‌ ଓଡ଼ିଶା-୨୦୨୨’ର ଆୟୋଜନ କରାଯାଉଛି। ଚଳିତ ମାସ ୨୫ ରୁ ୨୮ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଭୁବନେଶ୍ୱରର ଜନତା ମଇଦାନଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷରେ ଓସ୍‌ମେ ପକ୍ଷରୁ ଶନିବାର ସ୍ଥାନୀୟ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସ୍‌ମେ ସମ୍ମିଳନୀ କକ୍ଷରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓସ୍‌ମେର ଅଧ୍ୟକ୍ଷ ଗୌରୀଶଙ୍କର ଦାଶ, ମହାସଚିବ ସାତ୍ତ୍ୱିକ ସ୍ବାଇଁ, ଅତିରିକ୍ତ ମହାସଚିବ ଅଭିଳାଷ ଦାଶ, ଅର୍ଥ ସଚିବ ଆଦିକନ୍ଦ ରାଉତ ଏବଂ ଓସ୍‌ମେର ମହିଳା ଶାଖାର ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସମେତ ସଂଘର ଅନ୍ୟ କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ରହି ପ୍ରଦର୍ଶନୀ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଏପରିକି କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ସହଯୋଗରେ ଓସ୍‌ମେ ଏଭଳି ଏକ ବୃହତ୍‌ କାର୍ଯ୍ୟକ୍ରମର ପରିକଳ୍ପନା କରିପାରିଛି। ଏଥିରେ ମଧ୍ୟ ଉଭୟ ସରକାରୀ ଓ ବେସରକାରୀ ବର୍ଗର ବିଭିନ୍ନ ସଂସ୍ଥା ମଧ୍ୟ ମିଳିତ ସହଯୋଗ ପ୍ରଦାନ କରିଛନ୍ତି। ଏହା ପୂର୍ବ ଭାରତର ସର୍ବବୃହତ୍‌ ଏବଂ ଓଡ଼ିଶାର ପ୍ରଥମ ପ୍ୟାକେଜିଂ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ରିଣ୍ଟିଂ ଏବଂ କନଭର୍ଟିଂ ପ୍ରଦର୍ଶନୀ ହେବ ବୋଲି ଓସ୍‌ମେ ପକ୍ଷରୁ କୁହାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ଭାନୁ ପ୍ରତାପ ସିଂ ବର୍ମା, କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ସଚିବ ବି.ବି.ସ୍ବାଇଁ, ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏବଂ ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଏମ୍‌ଏସ୍‌ଏମ୍‌ଇ ସଚିବ ରଞ୍ଜନା ଚୋପ୍ରା ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ବ୍ୟକ୍ତିବିଶେଷ ଯୋଗଦେବେ ବୋଲି ଜଣାପଡ଼ିଛି।
ଉକ୍ତ କାର୍ଯ୍ୟକ୍ରମରେ ସମଗ୍ର ଦେଶରୁ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀମାନେ ଯୋଗ ଦେବେ। ବିଶେଷକରି ଫୁଡ୍‌, ଡ୍ରିଙ୍କ୍‌, ଫାର୍ମା, କସ୍‌ମେଟିକ୍ସ, ବ୍ୟକ୍ତିଗତ ଏବଂ ପାରିବାରିକ ସାମଗ୍ରୀର ପ୍ରୋସେସିଂ ଏବଂ ପାରିବାରିକ ଓ ଅଂଶୀଦାରମାନଙ୍କର ଏକ ବଡ଼ ସମାଗମ ହେବ। ଉକ୍ତ ପ୍ରଦର୍ଶନୀରେ ମୋଟ ୧୫୦ ଷ୍ଟଲ୍‌ ସାଙ୍ଗକୁ ଦୈନିକ ୫ହଜାରରୁ ଊର୍ଦ୍ଧ୍ୱ ବାଣିଜି୍ୟକ ପରିଦର୍ଶନକାରୀ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହା ବାଦ୍‌ ଏମ୍‌ଏସ୍‌ଏମ୍‌ଇର ବିଭିନ୍ନ ଦିଗ ଉପରେ ପ୍ରତିଦିନ ସେମିନାର ଏବଂ ଉଲ୍ଲେଖନୀୟ ଯୋଗଦାନ ରଖୁଥିବା ବ୍ୟକ୍ତି ବିଶେଷକୁ ସମ୍ବର୍ଦ୍ଧିତ କରାଯିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହି ବିଜ୍‌ନେସ ଟୁ ବିଜ୍‌ନେସ ପ୍ରଦର୍ଶନୀ କମ୍ପାନୀଗୁଡ଼ିକ ଲାଗି ବାଣିଜି୍ୟକ ପ୍ଲାଟ୍‌ଫର୍ମ ଯୋଗାଇବା ଦିଗରେ କାମ କରିବ ବୋଲି ଓସ୍‌ମେ ପକ୍ଷରୁ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri