ଅଗଷ୍ଟ ୨୫ରୁ ‘ପ୍ରୋପ୍ୟାକ୍‌ ଓଡ଼ିଶା’

କଟକ,୨୧।୮: ରାଜ୍ୟର ପ୍ରମୁଖ କ୍ଷୁଦ୍ରଶିଳ୍ପ ସଂଘ ‘ଓଡ଼ିଶା ଆସେମ୍ବ୍ଲି ଅଫ୍‌ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓସ୍‌ମେ) ପକ୍ଷରୁ ଏକ ୪ ଦିନିଆ ପ୍ରଦର୍ଶନୀ ଓ କର୍ମଶାଳା ଭିତ୍ତିକ କାର୍ଯ୍ୟକ୍ରମ ‘ପ୍ରୋପ୍ୟାକ୍‌ ଓଡ଼ିଶା-୨୦୨୨’ର ଆୟୋଜନ କରାଯାଉଛି। ଚଳିତ ମାସ ୨୫ ରୁ ୨୮ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟକ୍ରମ ଭୁବନେଶ୍ୱରର ଜନତା ମଇଦାନଠାରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷରେ ଓସ୍‌ମେ ପକ୍ଷରୁ ଶନିବାର ସ୍ଥାନୀୟ ଖପୁରିଆ ଶିଳ୍ପାଞ୍ଚଳସ୍ଥିତ ଓସ୍‌ମେ ସମ୍ମିଳନୀ କକ୍ଷରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓସ୍‌ମେର ଅଧ୍ୟକ୍ଷ ଗୌରୀଶଙ୍କର ଦାଶ, ମହାସଚିବ ସାତ୍ତ୍ୱିକ ସ୍ବାଇଁ, ଅତିରିକ୍ତ ମହାସଚିବ ଅଭିଳାଷ ଦାଶ, ଅର୍ଥ ସଚିବ ଆଦିକନ୍ଦ ରାଉତ ଏବଂ ଓସ୍‌ମେର ମହିଳା ଶାଖାର ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସମେତ ସଂଘର ଅନ୍ୟ କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ରହି ପ୍ରଦର୍ଶନୀ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଏପରିକି କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ବିଭାଗର ସହଯୋଗରେ ଓସ୍‌ମେ ଏଭଳି ଏକ ବୃହତ୍‌ କାର୍ଯ୍ୟକ୍ରମର ପରିକଳ୍ପନା କରିପାରିଛି। ଏଥିରେ ମଧ୍ୟ ଉଭୟ ସରକାରୀ ଓ ବେସରକାରୀ ବର୍ଗର ବିଭିନ୍ନ ସଂସ୍ଥା ମଧ୍ୟ ମିଳିତ ସହଯୋଗ ପ୍ରଦାନ କରିଛନ୍ତି। ଏହା ପୂର୍ବ ଭାରତର ସର୍ବବୃହତ୍‌ ଏବଂ ଓଡ଼ିଶାର ପ୍ରଥମ ପ୍ୟାକେଜିଂ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ରିଣ୍ଟିଂ ଏବଂ କନଭର୍ଟିଂ ପ୍ରଦର୍ଶନୀ ହେବ ବୋଲି ଓସ୍‌ମେ ପକ୍ଷରୁ କୁହାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ରାଷ୍ଟ୍ରମନ୍ତ୍ରୀ ଭାନୁ ପ୍ରତାପ ସିଂ ବର୍ମା, କେନ୍ଦ୍ର ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରଣାଳୟର ସଚିବ ବି.ବି.ସ୍ବାଇଁ, ରାଜ୍ୟ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଏବଂ ଶିଳ୍ପ ସଚିବ ହେମନ୍ତ କୁମାର ଶର୍ମା, ଏମ୍‌ଏସ୍‌ଏମ୍‌ଇ ସଚିବ ରଞ୍ଜନା ଚୋପ୍ରା ଓ ରାଷ୍ଟ୍ରାୟତ୍ତ ଉଦ୍ୟୋଗର ବ୍ୟକ୍ତିବିଶେଷ ଯୋଗଦେବେ ବୋଲି ଜଣାପଡ଼ିଛି।
ଉକ୍ତ କାର୍ଯ୍ୟକ୍ରମରେ ସମଗ୍ର ଦେଶରୁ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀମାନେ ଯୋଗ ଦେବେ। ବିଶେଷକରି ଫୁଡ୍‌, ଡ୍ରିଙ୍କ୍‌, ଫାର୍ମା, କସ୍‌ମେଟିକ୍ସ, ବ୍ୟକ୍ତିଗତ ଏବଂ ପାରିବାରିକ ସାମଗ୍ରୀର ପ୍ରୋସେସିଂ ଏବଂ ପାରିବାରିକ ଓ ଅଂଶୀଦାରମାନଙ୍କର ଏକ ବଡ଼ ସମାଗମ ହେବ। ଉକ୍ତ ପ୍ରଦର୍ଶନୀରେ ମୋଟ ୧୫୦ ଷ୍ଟଲ୍‌ ସାଙ୍ଗକୁ ଦୈନିକ ୫ହଜାରରୁ ଊର୍ଦ୍ଧ୍ୱ ବାଣିଜି୍ୟକ ପରିଦର୍ଶନକାରୀ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହା ବାଦ୍‌ ଏମ୍‌ଏସ୍‌ଏମ୍‌ଇର ବିଭିନ୍ନ ଦିଗ ଉପରେ ପ୍ରତିଦିନ ସେମିନାର ଏବଂ ଉଲ୍ଲେଖନୀୟ ଯୋଗଦାନ ରଖୁଥିବା ବ୍ୟକ୍ତି ବିଶେଷକୁ ସମ୍ବର୍ଦ୍ଧିତ କରାଯିବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହି ବିଜ୍‌ନେସ ଟୁ ବିଜ୍‌ନେସ ପ୍ରଦର୍ଶନୀ କମ୍ପାନୀଗୁଡ଼ିକ ଲାଗି ବାଣିଜି୍ୟକ ପ୍ଲାଟ୍‌ଫର୍ମ ଯୋଗାଇବା ଦିଗରେ କାମ କରିବ ବୋଲି ଓସ୍‌ମେ ପକ୍ଷରୁ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri