ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନି: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ହାଇଦର

କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟ ତାଙ୍କର ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ତ ରେକର୍ଡପତ୍ର ଜେଲ କର୍ତ୍ତୃପକ୍ଷଙ୍କଠାରୁ ମଗାଇବାକୁ ସେ ପ୍ରାର୍ଥନା କରିଛନ୍ତି। ଏହି ରେକର୍ଡପତ୍ର ଆଧାରରେ ଅଦାଲତ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ହାଇଦର ତାଙ୍କ ପ୍ରାର୍ଥନାରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ଏସ୍‌ସିବି ମେଡିକାଲ ସର୍ଜରି ବିଭାଗ ୫ନଂ. କ୍ୟାବିନ୍‌ରେ ରହି ଚିକିତ୍ସିତ ହେଉଥିବା ହାଇଦର ଗତ ୧୦ ତାରିଖ ଅପରାହ୍ନରେ ଫେରାର ହୋଇଯାଇଥିଲେ। ପରେ ତାଙ୍କୁ ତେଲଙ୍ଗାନାର ସାଙ୍ଗାରେଡ୍ଡୀ ଜିଲା ଜାହିରାବାଦ ଅଞ୍ଚଳରୁ ଗିରଫ କରାଯାଇ କଟକ ଅଣାଯାଇଥିଲା। ସେଠାରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। କରୋନା ସମେତ ଅନ୍ୟାନ୍ୟ ରୋଗ ଥିଲାବେଳେ ଚୌଦ୍ୱାର ଜେଲ୍‌ କର୍ତ୍ତୃପକ୍ଷ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେଉନାହାନ୍ତି ବୋଲି ହାଇଦର ଅଭିଯୋଗ କରିଛନ୍ତି। ହାଇଦରଙ୍କ ପକ୍ଷରୁ ଆଇନଜୀବୀ ସତ୍ୟରଞ୍ଜନ ମୁଳିଆ ଏକ ମାମଲା ଦାୟର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଦିଗପହଣ୍ଡିରେ ମାତିଛି ପାଗଳା କୁକର, ଲୋକେ ଆତଙ୍କିତ

ଦିଗପହଣ୍ଡି, ୧୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପାଗଳା କୁକୁର କାମୁଡିବା ଘଟଣାକୁ ନେଇ ଆତଙ୍କ ଖେଳିଯାଇଛି। ଦିଗପହଣ୍ଡି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri