Posted inଫୁରସତ

ସ୍ତ୍ରୀଙ୍କ ଶେଷ ଇଚ୍ଛା ପୂରଣ ପାଇଁ ସ୍ବାମୀ କଲେ ଏମିତି, ଜାଣିଲେ କରିବେ ପ୍ରଶଂସା

ହିମାଚଳ ପ୍ରଦେଶର ହମିରପୁର ଜିଲାରେ ଜଣେ ଅବସରପ୍ରାପ୍ତ ଡାକ୍ତର ତାଙ୍କ ସ୍ତ୍ରୀଙ୍କ ଶେଷ ଇଚ୍ଛା ପୂରଣ ପାଇଁ ନିଜର ଅଚଳାଚଳ ସମ୍ପତ୍ତିକୁ ସରକାରଙ୍କ ନାଁରେ କରି ଦେଇଛନ୍ତି। ଏହି ଡାକ୍ତରଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଥିପାଇଁ ୫ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ସେ ସରକାରଙ୍କୁ ଦାନ କରିଦେଇଛନ୍ତି। ଡାକ୍ତରଙ୍କ ଏପରି ମହାନତା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ନାଦୌନର ଜୋଲସପଡ଼ ଗାଁରେ ରହୁଥିବା ୭୨ ବର୍ଷୀୟ ଡାକ୍ତର ରାଜେନ୍ଦ୍ର କମ୍ବର ସ୍ବାସ୍ଥ୍ୟ ବିଭାଗରୁ ଏବଂ ସ୍ତ୍ରୀ କୃଷ୍ଣା କମ୍ବର ଶିକ୍ଷା ବିଭାଗରୁ ଅବସର ଗ୍ରହଣ କରିଥିଲେ। ୧ ବର୍ଷ ତଳେ ତାଙ୍କ ସ୍ତ୍ରୀଙ୍କ ଦେହାନ୍ତ ହୋଇଥିଲା। ଦୁହିଁଙ୍କର କୌଣସି ସନ୍ତାନ ନ ଥିବାରୁ ତାଙ୍କର ଇଚ୍ଛା ଥିଲା ସମ୍ପତ୍ତି ଦାନ କରିଦେବେ। ତେଣୁ କୃଷାଙ୍କ ମୃତ୍ୟୁ ପରେ ରାଜେନ୍ଦ୍ର ତାଙ୍କର ସମସ୍ତ ସମ୍ପତ୍ତି ସରକାରଙ୍କୁ ଦାନ କରିଦେଇଛନ୍ତି। ଖାଲି ଏତିକି ନୁହେଁ, ଅବସର ପରେ ସେ ପ୍ରତିଦିନ ଗାଁରେ ଶହ ଶହ ରୋଗୀଙ୍କର ମାଗଣାରେ ଚିକିତ୍ସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri