ବୌଦ୍ଧ ଆର୍‌ଟିଓଙ୍କଠୁ ମିଳିଲାଣି ୧୯ କୋଟିର ସମ୍ପତ୍ତି, ଭୁବନେଶ୍ୱର, ବୌଦ୍ଧ, ଗଞ୍ଜାମର ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ବୌଦ୍ଧ, (ଅଜିତ କୁମାର ବାରିକ)/ ଭୁବନେଶ୍ୱର,୧୬ା୨(ସତ୍ୟଜିତ୍‌ ରାଉତ): ବଡ଼ ଶପିଂ ମଲ୍‌ରେ କମର୍ସିଆଲ୍‌ ଆଉଟଲେଟ୍‌ ଓ ଏକାଧିକ ଆପାର୍ଟମେଣ୍ଟରେ ଦାମୀ ଫ୍ଲାଟ୍‌। ଏପରିକି ରାଜ୍ୟ ବାହାରେ ଫ୍ଲାଟ୍‌ କିଣିବାକୁ ଦେଇଛନ୍ତି କୋଟି କୋଟି ଟଙ୍କା। କେବଳ ଏତିକି ନୁହେଁ, ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଜମା ରାଶି ସହ ୧୯ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି। ଗୁରୁବାର ଭିଜିଲାନ୍ସ ଜାଲରେ ଫସିବା ପରେ ବୌଦ୍ଧ ଜିଲା ଆର୍‌ଟିଓ ବସନ୍ତ କୁମାର ମହାପାତ୍ରଙ୍କ ଏଭଳି ଅମାପ ସମ୍ପତ୍ତିର ଗୁମର ପଦାକୁ ଆସିଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ବସନ୍ତଙ୍କ ଘର, ସରକାରୀ କାର୍ଯ୍ୟାଳୟ ସମେତ ଖୋର୍ଦ୍ଧା ଜିଲାର ଭୁବନେଶ୍ୱର, ବୌଦ୍ଧ ଓ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇ ଏସବୁ ସମ୍ପତ୍ତି ଠାବ ହୋଇଛି। ଯାଞ୍ଚ ହେଉଥିବା ସ୍ଥାନ ମଧ୍ୟରେ ବସନ୍ତଙ୍କ ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପୈତୃକ ଘର, ବୌଦ୍ଧ ରଜନପଲ୍ଲୀ ଜଗନ୍ନାଥବିହାରରେ ଥିବା ଭଡାଘର, ବ୍ରହ୍ମପୁର କମାପାଲିସ୍ଥିତ ସମ୍ପର୍କୀୟଙ୍କ ଘର, ବୌଦ୍ଧ ଆର୍‌ଟିଓ ଅଫିସ୍‌ସ୍ଥିତ ଚାମ୍ବର, ଭୁବନେଶ୍ୱର ଶୈଳଶ୍ରୀବିହାରସ୍ଥିତ ଓ୍ବେଷ୍ଟ୍‌ ଏଣ୍ଡ୍‌ ଆପାର୍ଟମେଣ୍ଟସ୍ଥିତ ଏକ ଫ୍ଲାଟ୍‌ ଆଦି ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଚାଲିଥିବା ଏହି ଯାଞ୍ଚରେ ଭିଜିଲାନ୍ସ ଟିମ୍‌ଗୁଡିକରେ ଦୁଇଜଣ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୬ ଇନ୍ସପେକ୍ଟରଙ୍କ ସହ ଅନ୍ୟ କର୍ମଚାରୀ ନିୟୋଜିତ ଅଛନ୍ତି।

ଗୁରୁବାର ସନ୍ଧ୍ୟା ସୁଦ୍ଧା ଭିଜିଲାନ୍ସ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଭୁବନେଶ୍ୱର ପାହାଳସ୍ଥିତ ଉତ୍କଳ ସିଗ୍ନେଚରର ତୃତୀୟ ମହଲାରେ ୩ ହଜାର ବର୍ଗଫୁଟ ବିଶିଷ୍ଟ ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏକ ଫ୍ଲାଟ୍‌ (ନଂ.୩୦୭), ଭୁବନେଶ୍ୱର କଳ୍ପନା ଛକସ୍ଥିତ ଉତ୍କଳ କନିକା ଗାଲେରିଆରେ ଏଗ୍ରିମେଣ୍ଟ୍‌ ଅନୁଯାୟୀ ୨ କୋଟି ଟଙ୍କାର ଦୁଇଟି କମର୍ସିଆଲ୍‌ ଶପିଂ କମ୍ପ୍ଲେକ୍ସ (ନଂ.୪,୫), କଳ୍ପନାଛକ ଉତ୍କଳ ରୟାଲ ରେସିଡେନ୍ସିର ୮ମ ମହଲାରେ ଏକ ୩ ବିଏଚ୍‌କେ ଫ୍ଲାଟ୍‌ (ନଂ,ବି/୮୩) ଠାବ ହୋଇଛି। ସେହିପରି ବସନ୍ତ ଭୁବନେଶ୍ୱର କଳାରାହାଙ୍ଗସ୍ଥିତ ଜେଡ୍‌-୧ ଇଷ୍ଟେଟ୍‌ ଆଇକନିକ୍‌ ଟାୱାରର ବ୍ଲକ୍‌-୪ରେ ଥିବା ୫ ବିଏଚ୍‌କେ ଫ୍ଲାଟ୍‌ (ନଂ.୨୫୦୪) କିଣିବାକୁ ଅଗ୍ରିମ ୧.୩୫ କୋଟି ଏବଂ ବେଙ୍ଗାଲୁରୁ ସିଟିସ୍ଥିତ ଓଜୋନ୍‌ ଏଲିଗାଣ୍ଟ୍‌ ଆପାର୍ଟମେଣ୍ଟରେ ଫ୍ଲାଟ୍‌ (ନଂ.ଏଫ୍‌-୧୦୦୨) କିଣିବାକୁ ୮୮ ଲକ୍ଷ ଟଙ୍କା ଦେଇଥିବା ଭିଜିଲାନ୍ସ ଟିମ୍‌ ପ୍ରମାଣ ପାଇଛି। ତେବେ ଏସବୁର ପ୍ରକୃତ ମୂଲ୍ୟ ଜାଣିବାକୁ ଭିଜିଲାନ୍ସର ଟେକ୍ନିକାଲ୍‌ ଓ୍ବିଙ୍ଗ୍‌ ଅଧିକ ଯାଞ୍ଚ କରୁଛି। ୩ କୋଟି ୯୦ ଲକ୍ଷ ୫୯ ହଜାର ଟଙ୍କାର ବ୍ୟାଙ୍କ, ଜୀବନବୀମା ଜମା, ବଣ୍ଡ୍‌ ଦ୍ୱାରା ନିବେଶ ଓ ମ୍ୟୁଚୁଆଲ୍‌ ଫଣ୍ଡ୍‌ ଠାବ ହୋଇଛି। ଏଥିସହ ବସନ୍ତଙ୍କ ଘରୁ ନଗଦ ୧ ଲକ୍ଷ ୧୬ ହଜାର ୭୦୦ ଟଙ୍କା, ୫୯୦ ଗ୍ରାମ ସୁନା ଅଳଙ୍କାର ଓ ୩୧୮ ଗ୍ରାମ୍‌ ରୁପା ଅଳଙ୍କାର, ୯ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ୨ ବାଇକ ଏବଂ ଘରୋଇ ଆସବାବପତ୍ର ମିଳିଛି। ଭିଜିଲାନ୍ସ ପକ୍ଷରୁ ବସନ୍ତଙ୍କୁ ଅଧିକ ପଚରାଉଚରା କରାଯାଉଛି। ତେବେ ଠାବ ହୋଇଥିବା ବସନ୍ତଙ୍କ ସମ୍ପତ୍ତିର ପରିମାଣ ୧୯ କୋଟିରୁ ଊର୍ଦ୍ଧ୍ୱ ହେବ। ଚଢ଼ାଉ ଓ ଯାଞ୍ଚ ସରିବା ପରେ ଏହି ସମ୍ପତ୍ତିର ପରିମାଣ ଆହୁରି ବଢ଼ିପାରେ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ବସନ୍ତ ୧୯୯୧ ମସିହା ସେପ୍ଚେମ୍ବର ୯ରେ ମେକାନିକାଲ୍‌ ଇଞ୍ଜିନିୟର ଭାବେ ରାଜ୍ୟ ସରକାରଙ୍କ ପରିବହନ ବିଭାଗରେ ଚାକିରି ଆରମ୍ଭ କରିଥିଲେ। ସେ ୨୦୧୪ରେ ଜୁନିୟର ଏମ୍‌ଭିଆଇ ଭାବେ ପଦୋନ୍ନତି ପାଇ ବାଲେଶ୍ୱର, କୋରାପୁଟ, ବରଗଡ ଏବଂ ଗଜପତି ଜିଲାରେ କାର୍ଯ୍ୟ କରିଥିଲେ। ତେବେ ୨୦୨୧ ଏପ୍ରିଲ ୮ରେ ସେ ଏମ୍‌ଭିଆଇ ଭାବେ ପଦୋନ୍ନତି ପାଇ ଭୁବନେଶ୍ୱର ଆର୍‌ଟିଓ-୨ରେ କାର୍ଯ୍ୟ କରିଥିଲେ। ୨୦୨୨ ମେ’ ୧ରୁ ବୌଦ୍ଧ ଆର୍‌ଟିଓ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ବଡ଼ ସୂଚନା; ଆଇସିୟୁ, ଭେଣ୍ଟିଲେଟର୍‌ ବିନା ଆୟୁଷ୍ମାନ୍‌ ଅପରେଶନ ମନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଆଇସିୟୁ ଓ ଭେଣ୍ଟିଲେଟର୍‌ ନ ଥିଲେ ଆୟୁଷ୍ମାନ ଅନୁଦାନରେ ଅପରେଶନ ହୋଇପାରିବନି । ରାଜ୍ୟର ଘରୋଇ ହସ୍ପିଟାଲଗୁଡ଼ିକ ବିରୋଧରେ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?