Posted inଖେଳ

ରବି ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ

୨୦୨୩ ଆଇପିଏଲ୍‌ରେ ଆଶା କରାଯାଉ ନ ଥିବା ଖେଳାଳିମାନେ ବି ଭଲ ପ୍ରଦର୍ଶନ କରୁଛନ୍ତି। କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ହୁଅନ୍ତୁ କିମ୍ବା ମୁମ୍ବାଇ ଇଣ୍ଡିଆନ୍ସର ତିଲକ ବର୍ମା ହୁଅନ୍ତୁ। ଏହି ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ଚଳିତ ସିଜନରେ ବେଶ୍‌ ପ୍ରଭାବଶାଳୀ ହୋଇଛି।

ତିଲକ ବର୍ମା ଏହି ସିଜନରେ ଖେଳିଥିବା ୬ଟି ମ୍ୟାଚ୍‌ରେ ୨୧୭ ରନ୍‌ ସଂଗ୍ରହ କରି ୧୫୬.୧୨ର ଉତ୍କୃଷ୍ଟ ଷ୍ଟ୍ରାଇକ୍‌ ହାର କରିଛନ୍ତି। ଗତ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ଦଳର ପ୍ରଦର୍ଶନ ଭଲ ନ ଥିଲେ ମଧ୍ୟ ତିଲକଙ୍କ ବ୍ୟାଟ୍‌ରୁ ୧୪ଟି ମ୍ୟାଚ୍‌ରେ ୩୯୭ ରନ୍‌ ସଂଗ୍ରହ ହୋଇଥିଲା।

ଭାରତର ପୂର୍ବତନ କ୍ରିକେଟର ତଥା ସମୀକ୍ଷକ ରବି ଶାସ୍ତ୍ରୀ ତିଲକଙ୍କ ବ୍ୟାଟିଂର ଜଣେ ପ୍ରଶଂସକ। ଶାସ୍ତ୍ରୀ କହିଛନ୍ତି, ତିଲକ ଜଣେ ଚମତ୍କାର ଖେଳାଳି। ଟିମ୍‌ ଇଣ୍ଡିଆରେ ପ୍ରବେଶ ପାଇଁ ସେ କଠିନ ପରିଶ୍ରମ କରୁଛନ୍ତି। ଏଥିସହ ସେ କହିଛନ୍ତି, ଭବିଷ୍ୟତରେ ତାଙ୍କୁ ଟିମ୍‌ ଇଣ୍ଡିଆ ପାଇଁ ମଧ୍ୟ ଖେଳାଯିବା ସମ୍ଭବ। ସେ ଜଣେ ଅଲରାଉଣ୍ଡର ଏବଂ ଖେଳ କିପରି ଶେଷ କରିବେ ଜାଣନ୍ତି।

ଶାସ୍ତ୍ରୀ ଆହୁରି କହିଛନ୍ତି, ‘ମୁଁ ତିଲକଙ୍କ ବ୍ୟାଟିଂ ବିଷୟରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ହୋଇଛି ଯେ, ସେ ଆରମ୍ଭରୁ ଆକ୍ରମଣାତ୍ମକ ଆଭିମୁଖ୍ୟ ନେଇ ବ୍ୟାଟିଂ କରନ୍ତି ଏବଂ ତାଙ୍କ ଶକ୍ତି ଉପରେ ବିଶ୍ୱାସ କରନ୍ତି।’ ଶାସ୍ତ୍ରୀ କହିଛନ୍ତି, ରୋହିତ ଏକ ମ୍ୟାଚ୍‌ ପରେ କହିଥିଲେ ତିଲକ ବୋଲର ନୁହନ୍ତି। ତାହାକୁ ସେ ପ୍ରମାଣ କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?