Posted inଜାତୀୟ

ସୁପ୍ରିମକୋର୍ଟରୁ ନୂପୁର ଶର୍ମାଙ୍କୁ ଆଶ୍ୱସ୍ତି: ସମସ୍ତ ମାମଲା ଦିଲ୍ଲୀକୁ ସ୍ଥାନାନ୍ତରିତ

ନୂଆଦିଲ୍ଲୀ,୧୦।୮: ନିଲମ୍ବିତ ଭାଜପା ନେତା ନୂପୁର ଶର୍ମାଙ୍କୁ ବୁଧବାର ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବିଭିନ୍ନ ରାଜ୍ୟରେ ତାଙ୍କ ବିରୋଧରେ ରୁଜୁ ହୋଇଥିବା ସମସ୍ତ ମାମଲାକୁ ସୁପ୍ରିମକୋର୍ଟ ଦିଲ୍ଲୀକୁ ସ୍ଥାନାନ୍ତର କରିଛନ୍ତି। ସୂଚନାଯୋଗ୍ୟ, ନୂପୁର ଦୀର୍ଘ ଦିନ ଧରି ଦାବି କରିଆସୁଥିଲେ ଯେ, ତାଙ୍କ ବିରୋଧରେ ରୁଜୁ ହୋଇଥିବା ସମସ୍ତ ଅଭିଯୋଗକୁ ଦିଲ୍ଲୀକୁ ହସ୍ତାନ୍ତର କରାଯାଉ। ବର୍ତ୍ତମାନ କୋର୍ଟ ମଧ୍ୟ ସମାନ ରାୟ ଦେଇଛନ୍ତି। ଏଥିସହ ନୂପୁର ଶର୍ମାଙ୍କ ତାଙ୍କ ବିରୋଧରେ ରୁଜୁ ହୋଇଥିବା ଏଫ୍‌ଆଇଆର୍‌ଗୁଡିକୁ ବନ୍ଦ କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିପାରିବେ ସୁପ୍ରିମକୋର୍ଟ କହିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୂପୁରଙ୍କ ବିରୋଧରେ ପଞ୍ଜୀକୃତ ସମସ୍ତ ଏଫଆଇଆର୍‌ ଦିଲ୍ଲୀ ପୋଲିସକୁ ହସ୍ତାନ୍ତର କରାଯାଇଛି। ବର୍ତ୍ତମାନ ଦିଲ୍ଲୀ ପୋଲିସ ଏହି ଘଟଣାର ତଦନ୍ତ କରିବ। ଏହାପୂର୍ବରୁ ଜୁଲାଇ ୧୯ରେ ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଜାମସେଦ ପରଦୀୱାଲାଙ୍କ ଏକ ବେଞ୍ଚ ପ୍ରଫେଟ ମହମ୍ମଦଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟ ସମ୍ପର୍କରେ ନୂପୁରଙ୍କ ଗିରଫଦାରୀକୁ ସ୍ଥଗିତ ରଖିଥିଲେ। ଏଥିସହ ୮ଟି ରାଜ୍ୟରେ ରୁଜୁ ହୋଇଥିବା ଏଫ୍‌ଆଇଆର୍‌କୁ ମଧ୍ୟ ଦିଲ୍ଲୀକୁ ସ୍ଥାନାନ୍ତର କରିବାକୁ ନୋଟିସ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri