ଟିଟିଲାଗଡ଼ରୁ କେସିଙ୍ଗା-ଜୁନାଗଡ଼ ଦ୍ରୁତଗାମୀ ଟ୍ରେନ୍‌ ଚଳାଚଳ ନେଇ ପ୍ରସ୍ତାବ

କେସିଙ୍ଗା,୨୦ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳଯାତ୍ରୀ ସଂଘର ପ୍ରଥମ ବୈଠକ ସଭାପତି ସୁଭାଷ ଜୈନଙ୍କ ଅଧ୍ୟକ୍ଷତାରେ ୟଙ୍ଗ୍‌ ବ୍ଲଡ୍‌ ପବ୍ଲିକ ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାରୁ ଭୁବନେଶ୍ୱରକୁ ସିଧାସଳଖ ଏକ ଟ୍ରେନ ଚଳାଚଳ କରିବା ସହ ଟିଟିଲାଗଡ଼ରୁ କେସିଙ୍ଗା, ଜୁନାଗଡ଼ ପର୍ଯ୍ୟନ୍ତ ଦ୍ରୁତଗାମୀ ଇସ୍ପାତ ଟ୍ରେନ୍‌କୁ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ କରାଯାଇଛି। ପ୍ଲାଟ୍‌ଫର୍ମ ଏକରେ ଏକ ଟିକେଟ୍‌ କାଉଣ୍ଟର ଖୋଲିବା ଉକ୍ତ ବୈଠକରେ ଆଲୋଚନା କରାଯାଇଥିଲା। ପାନୀୟଜଳ, ଦୁଇ, ତିନି ଓ ଚାରି ନମ୍ବର ପ୍ଲାଟଫର୍ମରେ ଶୌଚାଳୟ ସ୍ଥାପିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଦୃଷ୍ଟି ଆକର୍ଷଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

କେସିଙ୍ଗା ରେଳ ଷ୍ଟେଶନରେ ରହିଥିବା ବିଭିନ୍ନ ସମସ୍ୟା ଉପରେ ସମ୍ବଲପୁର ଡିଭିଜନାଲ ମ୍ୟାନେଜର ଓ ରେଳ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଜୁନାଗଡ଼ରୁ ଭୁବନେଶ୍ୱର ଯାଉଥିବା ସୁପରଫାଷ୍ଟ୍‌ ଟ୍ରେନ୍‌କୁ କେସିଙ୍ଗା, ଟିଟିଲାଗଡ଼ ଦେଇ ଭୁବନେଶ୍ୱର ଯିବା ପାଇଁ ଡିଆର୍‌ଏମଙ୍କୁ ଦାବି ପତ୍ର ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଏହି ବୈଠକରେ ମୁଖ୍ୟ ଉପଦେଷ୍ଟା ଡ. ହେମସାଗର ସାହା, ହିମାଂଶୁ ଦାଶ,ରାମ କୁମାର ଜୈନ,ବି.ଚନ୍ଦ୍ର ଶେଖର ଆଚାରୀଙ୍କ ସମେତ ଉପସଭାପତି ପ୍ରଶାନ୍ତ ବାନାର୍ଜୀ, ସାଧାରଣ ସମ୍ପାଦକ ଡମ୍ବରୁଧର ଭୋଇ, କୋଷାଧ୍ୟକ୍ଷ ଆନନ୍ଦ ଅଗ୍ରଓ୍ବାଲ ସମସ୍ତ ସଦସ୍ୟ ବୃନ୍ଦ ଉପସ୍ଥିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri