ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ସୋମବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ସେ ଜଣାଇଛନ୍ତି ଯେ, ମୋତେ ବଦନାମ କରିବା ଏବଂ ମାନସିକ ସ୍ତରରେ ଯନ୍ତ୍ରଣା ଦେବା ପାଇଁ ଓଟିଭି ରିପୋର୍ଟର ଏବଂ ଅନ୍ୟମାନେ ଫେକ୍‌ ଆପତ୍ତିଜନକ ଭିଡିଓକୁ ଭାଇରାଲ କରିଥିଲେ। ଏହି ଘଟଣା ପରେ ପୋଲିସ ଓଟିଭିର କନିଷ୍ଠ ରିପୋର୍ଟର ଏବଂ ଅନ୍ୟମାନଙ୍କୁ ଗରିଫ କରିଥିଲା। ୨୦୨୦ ଅକ୍ଟୋବର ୧୫ରେ ଯେତେବେଳେ ପୋଲିସ ଅପରାଧର ସୂତ୍ରଧର ରିପୋର୍ଟର ରମେଶ ରଥଙ୍କୁ ଜେରା କରିଥିଲା ଓଟିଭି ସତ୍ୟକୁ ଲୁଚାଇବାକୁ ଉଦ୍ୟମ କରିଥିଲା।
୨୦୨୦ ଅକ୍ଟୋବର ୧୫ ତାରିଖ ପରଠାରୁ ଓଟିଭି ବିଭିନ୍ନ ଅସତ୍ୟ ଓ ଫେକ୍‌ ନ୍ୟୁଜ କାର୍ଯ୍ୟକ୍ରମ କରିଚାଲିଛି। ରମେଶଙ୍କୁ ଜେରା କରିବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନାମରେ ମଧ୍ୟ ମନଗଢ଼ା ଖବର ପ୍ରକାଶ କରିଚାଲିଛି। ଏହି ଖବର ମିଥ୍ୟା ଓ ମନଗଢ଼ା, ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ ଓ ଦୁଃଖଦାୟକ। ରିପୋର୍ଟରଙ୍କ ଦ୍ୱାରା କରାଯାଇଥିବା ଅପରାଧକୁ ଘୋଡ଼ାଇବା ଲାଗି ଏଭଳି ଉଦ୍ୟମ କରାଯାଉଛି। ଲୋକ ସଭାର ସଦସ୍ୟ ଭାବେ ଏହା ମୋର ସ୍ବାଧିକାରକୁ କ୍ଷୁଣ୍ଣ କରିଛି। ମନ୍ଦ ଉଦ୍ଦେଶ୍ୟ ରଖି ତଦନ୍ତକୁ ବାଟବଣା କରିବାକୁ ଓଟିଭି ଦ୍ୱାରା ମିଥ୍ୟା ପ୍ରଚାର କରାଯାଉଛି। ନ୍ୟାୟ ଦେବାକୁ ମୁର୍ମୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି। ଜନସାଧାରଣଙ୍କୁ ବିଭ୍ରାନ୍ତ କରିବାକୁ ଉଦ୍ୟମ କରୁଥିବା ଓଟିଭି ଓ ଏହାର ପ୍ରାୟୋଜକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପତ୍ରରେ ଉଲ୍ଲେଖ କରିଛନ୍ତି। ସମସ୍ତ ବିଷୟକୁ ବିଚାରକୁ ନେଇ ଓଟିଭି ବିରୋଧରେ ଯଥାଶୀଘ୍ର ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ ମୁର୍ମୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri