ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ସୋମବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।
ସେ ଜଣାଇଛନ୍ତି ଯେ, ମୋତେ ବଦନାମ କରିବା ଏବଂ ମାନସିକ ସ୍ତରରେ ଯନ୍ତ୍ରଣା ଦେବା ପାଇଁ ଓଟିଭି ରିପୋର୍ଟର ଏବଂ ଅନ୍ୟମାନେ ଫେକ୍‌ ଆପତ୍ତିଜନକ ଭିଡିଓକୁ ଭାଇରାଲ କରିଥିଲେ। ଏହି ଘଟଣା ପରେ ପୋଲିସ ଓଟିଭିର କନିଷ୍ଠ ରିପୋର୍ଟର ଏବଂ ଅନ୍ୟମାନଙ୍କୁ ଗରିଫ କରିଥିଲା। ୨୦୨୦ ଅକ୍ଟୋବର ୧୫ରେ ଯେତେବେଳେ ପୋଲିସ ଅପରାଧର ସୂତ୍ରଧର ରିପୋର୍ଟର ରମେଶ ରଥଙ୍କୁ ଜେରା କରିଥିଲା ଓଟିଭି ସତ୍ୟକୁ ଲୁଚାଇବାକୁ ଉଦ୍ୟମ କରିଥିଲା।
୨୦୨୦ ଅକ୍ଟୋବର ୧୫ ତାରିଖ ପରଠାରୁ ଓଟିଭି ବିଭିନ୍ନ ଅସତ୍ୟ ଓ ଫେକ୍‌ ନ୍ୟୁଜ କାର୍ଯ୍ୟକ୍ରମ କରିଚାଲିଛି। ରମେଶଙ୍କୁ ଜେରା କରିବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନାମରେ ମଧ୍ୟ ମନଗଢ଼ା ଖବର ପ୍ରକାଶ କରିଚାଲିଛି। ଏହି ଖବର ମିଥ୍ୟା ଓ ମନଗଢ଼ା, ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ ଓ ଦୁଃଖଦାୟକ। ରିପୋର୍ଟରଙ୍କ ଦ୍ୱାରା କରାଯାଇଥିବା ଅପରାଧକୁ ଘୋଡ଼ାଇବା ଲାଗି ଏଭଳି ଉଦ୍ୟମ କରାଯାଉଛି। ଲୋକ ସଭାର ସଦସ୍ୟ ଭାବେ ଏହା ମୋର ସ୍ବାଧିକାରକୁ କ୍ଷୁଣ୍ଣ କରିଛି। ମନ୍ଦ ଉଦ୍ଦେଶ୍ୟ ରଖି ତଦନ୍ତକୁ ବାଟବଣା କରିବାକୁ ଓଟିଭି ଦ୍ୱାରା ମିଥ୍ୟା ପ୍ରଚାର କରାଯାଉଛି। ନ୍ୟାୟ ଦେବାକୁ ମୁର୍ମୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି। ଜନସାଧାରଣଙ୍କୁ ବିଭ୍ରାନ୍ତ କରିବାକୁ ଉଦ୍ୟମ କରୁଥିବା ଓଟିଭି ଓ ଏହାର ପ୍ରାୟୋଜକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପତ୍ରରେ ଉଲ୍ଲେଖ କରିଛନ୍ତି। ସମସ୍ତ ବିଷୟକୁ ବିଚାରକୁ ନେଇ ଓଟିଭି ବିରୋଧରେ ଯଥାଶୀଘ୍ର ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ ମୁର୍ମୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri