Posted inଜାତୀୟ

ବିଏସ୍‌ଏଫ୍‌ କ୍ଷମତା ବୃଦ୍ଧି ବିରୋଧରେ ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ଆଗତ…

କୋଲକାତା,୧୬।୧୧: ପଞ୍ଜାବ ପରେ ପଶ୍ଚିମବଙ୍ଗ ମଧ୍ୟ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଏସଏଫର ପରିସର ବୃଦ୍ଧି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ପଶ୍ଚିମବଙ୍ଗରେ ବିଏସଏଫର ଅଧିକାରୀକ କ୍ଷେତ୍ରକୁ ୧୫ କିଲୋମିଟରରୁ ୫୦ କିଲୋମିଟରକୁ ବୃଦ୍ଧି କରିବାକୁ କେନ୍ଦ୍ରର ନିଷ୍ପତ୍ତି ବିରୋଧରେ ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରାଯାଇଛି। ନିଆଯାଇଛି। ମମତା ସରକାରଙ୍କ ଟିଏମସି ନେତା ତଥା ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଏହି ପ୍ରସଙ୍ଗରେ ଏକ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। କେବଳ ଏତିକି ନୁହେଁ, ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ ରାଜ୍ୟରେ ବିଏସଏଫର ଅଧିକାରକୁ ବୃଦ୍ଧି ପ୍ରସଙ୍ଗରେ ଦେଢ଼ ଘଣ୍ଟିଆ ଆଲୋଚନା କରିବାକୁ ଅନୁମତି ଦେଇଛନ୍ତି।

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖି ପଶ୍ଚିମବଙ୍ଗର ବିଏସଏଫର ଅଧିକାରୀକ କ୍ଷେତ୍ରକୁ ବୃଦ୍ଧି କରିବାକୁ କେନ୍ଦ୍ରର ନିଷ୍ପତ୍ତି ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଟିଏମସି ଏମ୍‌ପି ସୌଗତ ରାୟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ବିରୋଧରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି ଏବଂ ସରକାର ବିଧାନସଭାରେ ଏହି ନିଷ୍ପତ୍ତି ବିରୋଧରେ ପ୍ରସ୍ତାବ ଆଣିବେ।

ପଞ୍ଜାବ ଏବଂ ପଶ୍ଚିମବଙ୍ଗ ସମେତ ବିଭିନ୍ନ ସୀମାବର୍ତ୍ତୀ ରାଜ୍ୟରେ କେନ୍ଦ୍ର ସରକାର ବିଏସଏଫର ଅଧିକାରୀକ କ୍ଷେତ୍ରକୁ ୧୫ କିଲୋମିଟରରୁ ୫୦ କିଲୋମିଟରକୁ ବୃଦ୍ଧି କରିଛନ୍ତି। ତେବେ ଟିଏମସି ଅଭିଯୋଗ କରିଛି ଯେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ରାଜ୍ୟର ଅଧିକାରରେ ହସ୍ତକ୍ଷେପ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri