ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ ସଂଯୁକ୍ତ ରାଷ୍ଟ୍ରରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗଠିତ ‘ଦ ଜଗନ୍ନାଥ ଟେମ୍ପଲ୍‌ ଟ୍ରଷ୍ଟ’ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି।
ଗତ ୨୩ ତାରିଖରେ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମ୍‌ରେ ଓଡ଼ିଶା ସୋସାଇଟି ଅଫ୍‌ ୟୁକେ (ଓଏସ୍‌ୟୁକେ)ର ୪୧ତମ ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଜଗନ୍ନାଥ ମନ୍ଦିର ପ୍ରସ୍ତାବ ଦିଆଯାଇଥିବାବେଳେ ଏଥିରେ ୟୁକେ, ଆମେରିକା, ଭାରତ ସମେତ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ବାସକରୁଥିବା ପ୍ରବାସୀ ଓଡ଼ିଆ ଯୋଗଦେଇ ସ୍ବାଗତ କରିଥିଲେ। ଲଣ୍ଡନରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଏହି ବହୁ ପ୍ରତୀକ୍ଷିତ ସ୍ବପ୍ନ ଖୁବ୍‌ଶୀଘ୍ର ସାକାର ହେବ ଓ ଏହି ମନ୍ଦିର ବିଶ୍ୱରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ଦିଗରେ କାର୍ଯ୍ୟ କରିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।ଏହି ଭବ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଆସନ୍ତା ୨୦୨୪ ସୁଦ୍ଧା ସମ୍ପୂର୍ଣ୍ଣ ହେବାର ଲକ୍ଷ୍ୟ ରଖାଯାଇଛି। ଏଥି ନିମନ୍ତେ ଆବଶ୍ୟକ ସ୍ଥାନ ନିରୂପଣ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଥିବା ସୂଚନା ଦିଆଯାଇଛି। ଏଥିସହିତ ସମଗ୍ର ବିଶ୍ୱର ବିଭିନ୍ନ ପ୍ରାନ୍ତରେ ରହୁଥିବା ଓଡ଼ିଆମାନଙ୍କୁ ନେଇ ସଦସ୍ୟ ଅଭିଯାନ ଆରମ୍ଭ କରାଯାଇଛି। ୪ ମିଲିୟନ ୟୁରୋପୀୟ ଡଲାର ବ୍ୟୟରେ ନିର୍ମାଣ ହେବାକୁ ଯାଉଥିବା ଏହି ମନ୍ଦିର ନିମନ୍ତେ ପାଣ୍ଠି ସଂଗ୍ରହ କରିବା ପାଇଁ ଟ୍ରଷ୍ଟ ପକ୍ଷରୁ ମଧ୍ୟ ନିବେଦନ କରାଯାଇଛି। ଜଗନ୍ନାଥପ୍ରେମୀ, କର୍ପୋରେଟ୍‌ ସଂସ୍ଥା ନିଜ ସାମର୍ଥ୍ୟ ଅନୁଯାୟୀ ଦାନ କରିପାରିବେ। ଏହି ଅଭିଯାନକୁ ସୁଦୃଢ଼ କରିବା ପାଇଁ ଟ୍ରଷ୍ଟ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ପ୍ରକାଶ କରାଯାଇଛି।
ଏହି ମନ୍ଦିର ମଧ୍ୟରେ ହିନ୍ଦୁଧର୍ମର ପ୍ରଚାର କରାଯିବା ସହ ଏହାକୁ ପ୍ରଭୁ ଜଗନ୍ନାଥଙ୍କ ସହ ଜଡ଼ିତ ଶିକ୍ଷାଗତ, ସାମାଜିକ, ସାଂସ୍କୃତିକ ଏବଂ ସେବା ମନୋଭାବନାର ଏକ ମୁଖଶାଳାରୂପେ ପରିଗଣିତ ହେବ। ଏଥିସହ ଏକ ଇ-ପାଠାଗାର ସ୍ଥାପନ କରାଯିବ। ଏହା ମାଧ୍ୟମରେ ଜଗନ୍ନାଥ ସଂସ୍କୃତି ଓ ସାହିତ୍ୟ ପ୍ରକାଶିତ ହେବା ସହ ଭକ୍ତମାନଙ୍କୁ ମନ୍ଦିର ସହ ଯୋଡ଼ିହେବା ପାଇଁ ଏକ ମାଧ୍ୟମ ହୋଇପାରିବ ା ଏହାଦ୍ୱାରା ମନ୍ଦିରର ସମସ୍ତ କାର୍ଯ୍ୟ ଓ ପୂଜାବିଧି ବ୍ୟବସ୍ଥାକୁ ସହଜ କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri