ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ ସଂଯୁକ୍ତ ରାଷ୍ଟ୍ରରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗଠିତ ‘ଦ ଜଗନ୍ନାଥ ଟେମ୍ପଲ୍‌ ଟ୍ରଷ୍ଟ’ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି।
ଗତ ୨୩ ତାରିଖରେ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମ୍‌ରେ ଓଡ଼ିଶା ସୋସାଇଟି ଅଫ୍‌ ୟୁକେ (ଓଏସ୍‌ୟୁକେ)ର ୪୧ତମ ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଜଗନ୍ନାଥ ମନ୍ଦିର ପ୍ରସ୍ତାବ ଦିଆଯାଇଥିବାବେଳେ ଏଥିରେ ୟୁକେ, ଆମେରିକା, ଭାରତ ସମେତ ବିଶ୍ୱର ବିଭିନ୍ନ ପ୍ରାନ୍ତରେ ବାସକରୁଥିବା ପ୍ରବାସୀ ଓଡ଼ିଆ ଯୋଗଦେଇ ସ୍ବାଗତ କରିଥିଲେ। ଲଣ୍ଡନରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଏହି ବହୁ ପ୍ରତୀକ୍ଷିତ ସ୍ବପ୍ନ ଖୁବ୍‌ଶୀଘ୍ର ସାକାର ହେବ ଓ ଏହି ମନ୍ଦିର ବିଶ୍ୱରେ ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ଦିଗରେ କାର୍ଯ୍ୟ କରିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।ଏହି ଭବ୍ୟ ମନ୍ଦିରର ନିର୍ମାଣ କାର୍ଯ୍ୟ ଆସନ୍ତା ୨୦୨୪ ସୁଦ୍ଧା ସମ୍ପୂର୍ଣ୍ଣ ହେବାର ଲକ୍ଷ୍ୟ ରଖାଯାଇଛି। ଏଥି ନିମନ୍ତେ ଆବଶ୍ୟକ ସ୍ଥାନ ନିରୂପଣ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଥିବା ସୂଚନା ଦିଆଯାଇଛି। ଏଥିସହିତ ସମଗ୍ର ବିଶ୍ୱର ବିଭିନ୍ନ ପ୍ରାନ୍ତରେ ରହୁଥିବା ଓଡ଼ିଆମାନଙ୍କୁ ନେଇ ସଦସ୍ୟ ଅଭିଯାନ ଆରମ୍ଭ କରାଯାଇଛି। ୪ ମିଲିୟନ ୟୁରୋପୀୟ ଡଲାର ବ୍ୟୟରେ ନିର୍ମାଣ ହେବାକୁ ଯାଉଥିବା ଏହି ମନ୍ଦିର ନିମନ୍ତେ ପାଣ୍ଠି ସଂଗ୍ରହ କରିବା ପାଇଁ ଟ୍ରଷ୍ଟ ପକ୍ଷରୁ ମଧ୍ୟ ନିବେଦନ କରାଯାଇଛି। ଜଗନ୍ନାଥପ୍ରେମୀ, କର୍ପୋରେଟ୍‌ ସଂସ୍ଥା ନିଜ ସାମର୍ଥ୍ୟ ଅନୁଯାୟୀ ଦାନ କରିପାରିବେ। ଏହି ଅଭିଯାନକୁ ସୁଦୃଢ଼ କରିବା ପାଇଁ ଟ୍ରଷ୍ଟ ପକ୍ଷରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ପ୍ରକାଶ କରାଯାଇଛି।
ଏହି ମନ୍ଦିର ମଧ୍ୟରେ ହିନ୍ଦୁଧର୍ମର ପ୍ରଚାର କରାଯିବା ସହ ଏହାକୁ ପ୍ରଭୁ ଜଗନ୍ନାଥଙ୍କ ସହ ଜଡ଼ିତ ଶିକ୍ଷାଗତ, ସାମାଜିକ, ସାଂସ୍କୃତିକ ଏବଂ ସେବା ମନୋଭାବନାର ଏକ ମୁଖଶାଳାରୂପେ ପରିଗଣିତ ହେବ। ଏଥିସହ ଏକ ଇ-ପାଠାଗାର ସ୍ଥାପନ କରାଯିବ। ଏହା ମାଧ୍ୟମରେ ଜଗନ୍ନାଥ ସଂସ୍କୃତି ଓ ସାହିତ୍ୟ ପ୍ରକାଶିତ ହେବା ସହ ଭକ୍ତମାନଙ୍କୁ ମନ୍ଦିର ସହ ଯୋଡ଼ିହେବା ପାଇଁ ଏକ ମାଧ୍ୟମ ହୋଇପାରିବ ା ଏହାଦ୍ୱାରା ମନ୍ଦିରର ସମସ୍ତ କାର୍ଯ୍ୟ ଓ ପୂଜାବିଧି ବ୍ୟବସ୍ଥାକୁ ସହଜ କରାଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri