ଆଇଏଲ୍‌ଏସ୍‌ରେ ମେରାଇନ୍‌ ବାୟୋଟେକ୍ନୋଲୋଜି କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ

ଭୁବନେଶ୍ୱର, ୧୮।୨(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ (ଆଇଏଲ୍‌ଏସ୍‌)ରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଅନ୍‌ ମେରାଇନ୍‌ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଶାରେ ସମୁଦ୍ରକୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷାର ସନ୍ତୁଳନକୁ ଦୃଷ୍ଟିରେ ରଖି ଗବେଷଣା ନିମନ୍ତେ ଏହି କେନ୍ଦ୍ର ପ୍ରତିଷ୍ଠା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ସେ ତାଙ୍କୁ ଅନୁରୋଧ କରିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ରହିଥିବା ସୁଦୀର୍ଘ ସୁନ୍ଦର ବେଳାଭୂମି ଶତାବ୍ଦୀ ଶତାବ୍ଦୀ ଧରି ରାଜ୍ୟର ଏକ ହଲ୍‌ମାର୍କ ଭାବେ ପରିଗଣିତ ହୋଇଛି। ମାଛଚାଷ, ପର୍ଯ୍ୟଟନ, ବାଣିଜ୍ୟ ଓ ଲଜିଷ୍ଟିକ୍‌ ତଥା ଆନୁଷଙ୍ଗିକ କ୍ଷେତ୍ରରେ ନିୟୋଜିତ ବିଭିନ୍ନ ବର୍ଗର ଲକ୍ଷାଧିକ ଲୋକଙ୍କୁ ଏହି ବେଳାଭୂମି ରୋଜଗାର ଦେଉଛି। ସେହିପରି ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର, ଚିଲିକା ହ୍ରଦ ଏବଂ ଭିତରକନିକା ଜାତୀୟ ଉଦ୍ୟାନ ଓଡ଼ିଶାର ପର୍ଯ୍ୟଟନ ତଥା ସଂଯୁକ୍ତ କ୍ଷେତ୍ର ପାଇଁ ଏକ ମେରୁଦଣ୍ଡ ଭାବରେ ଠିଆ ହୋଇଛି। ପାରାଦୀପ ବନ୍ଦର, ଆଇଓସିଏଲ୍‌ ତୈଳ ବିଶୋଧନାଗାର, ସ୍ମାର୍ଟ୍‌ ବନ୍ଦର ସହର ପାରାଦୀପ ପ୍ରଗତିର ଅନ୍ୟତମ ଆଧାର ହୋଇଛି। ଯେତେବେଳେ ଆମେ ସାମୁଦ୍ରିକ ବାୟୋ-ଟେକ୍ନୋଲୋଜି ଜରିଆରେ ନୋଭେଲ୍‌ ଆପ୍ରୋଚେସକୁ ବିକଶିତ କରୁଛେ, ସେହି ସମୟରେ ଏହି ଉତ୍କୃଷ୍ଟ ସାମୁଦ୍ରିକ ପରିସଂସ୍ଥାନ ଯଥା ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅଣ୍ଡା ଦେବା ସ୍ଥାନ ଓ ଉପକୂଳ ଅଞ୍ଚଳରେ ଥିବା ଗଛ ବିଶେଷକରି ଲୁଣି ହେନ୍ତାଳବନର ସଂରକ୍ଷଣ ପାଇଁ ପୁଞ୍ଜିନିବେଶ କରାଯିବା ଏକାନ୍ତ ଆବଶ୍ୟକ। ପରିବେଶ ସଂରକ୍ଷଣ କ୍ଷେତ୍ରରେ ଆଇଏଲ୍‌ଏସ୍‌ରେ ବିଭିନ୍ନ ଗବେଷଣା ମାଧ୍ୟମରେ ଆଞ୍ଚଳିକ ଜୈବ ସମ୍ବଳର ପରିଚାଳନା, ଇକୋ ସଂରକ୍ଷଣ ଉଦ୍ୟମ ଏବଂ ସାମୁଦ୍ରିକ ଉତ୍ସର ଠିକ୍‌ ବ୍ୟବହାର ସପକ୍ଷରେ ଏକାଧିକ ପ୍ରକାଶନୀ ପ୍ରମାଣିତ କରିଛି। ତେଣୁ ଓଡ଼ିଶାର ଉତ୍କୃଷ୍ଟ ସାମୁଦ୍ରିକ ପରିସଂସ୍ଥାନର ସନ୍ତୁଳନ ଓ ଏହାର ନୀଳ ଅର୍ଥନୀତିର ଅଭିବୃଦ୍ଧି ପରିପ୍ରେକ୍ଷୀରେ ଏହିସବୁ କ୍ଷେତ୍ରଗୁଡ଼ିକରେ ବୈଜ୍ଞାନିକ ଗବେଷଣା ଉପରେ ଅଧିକ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି ବୋଲି ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri