ବିମାନବନ୍ଦର ପାଇଁ ନୂଆ ସ୍ଥାନ ଚିହ୍ନଟ କରିବାକୁ ପ୍ରସ୍ତାବ

ବ୍ରହ୍ମପୁର ଅଫିସ,୩୧ା୧୨: ବ୍ରହ୍ମପୁର ବିମାନ ବନ୍ଦର ପ୍ରତିଷ୍ଠା ନିମନ୍ତେ ନୂତନ ସ୍ଥାନ ଚିହ୍ନଟ କରିବା ଲାଗି ଓଡିଶା ଡେଭଲପମେଣ୍ଟ ଫୋରମ ପକ୍ଷରୁ ଶୁକ୍ରବାର ବ୍ରହ୍ମପୁର ଉପଜିଲାପାଳଙ୍କୁ ପ୍ରସ୍ତାବ ଦିଆଯାଇଛି। ଏଥିସହ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଏବଂ ବିଭାଗୀୟ ସଚିବଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଥିଲା। ଫୋରମ ପକ୍ଷରୁ କୁହାଇଯାଇଛି ଯେ, ବ୍ରହ୍ମପୁର ସହର ସଂଲଗ୍ନ ସୋନପପୁର-ସୁମାଣ୍ଡି ଅଞ୍ଚଳ, ଶୀତଳାପଲ୍ଲୀ ଓ ବ୍ରହ୍ମପୁର ତାରାତାରିଣୀ ରାସ୍ତାର ଚଣ୍ଡିପଦର ଅଞ୍ଚଳରେ ପର୍ଯ୍ୟାପ୍ତ ଖୋଲା ଜମି ରହଛି। ଏହା ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ଉପଯୁକ୍ତ ସ୍ଥାନ । ଏ ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚିତ କରିବା ଲାଗି ଫୋରମ ପକ୍ଷରୁ କୁହାଯାଇଥିଲା। ଅନ୍ୟପଟେ ୨୦୧୪ରେ ବ୍ରହ୍ମପୁରରୁ ଭୁବନେଶ୍ୱର କିଛିଦିନ ବିମାନ ଉଡାଣ ହୋଇଥିଲା। ପରେ ରାଜ୍ୟ ସରକାର ଏକ ତରଫା ଭାବେ ଉଡାଣ ସେବା ବନ୍ଦ କରିଦେଇଥିଲେ। ଗତ ୪ ବର୍ଷ ତଳେ ଆରସିଏସ ଉଡାଣ ୪.୧ ଯୋଜନାରେ ବ୍ରହ୍ମପୁର ଏୟାରଷ୍ଟ୍ରିପକୁ ଏକ ପୂର୍ଣ୍ଣାଙ୍କ ବିମାନ ବନ୍ଦରରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ ରଙ୍ଗେଇଲୁଣ୍ଡାରେ ଜାଗାର ଅଭାବ କାରଣରୁ ବ୍ରହ୍ମପୁର ସହର ବାହାରେ ଏକ ବଡ ସ୍ଥାନରେ ଗ୍ରୀନ ଫିଲଡ ବିମାନ ବନ୍ଦର ପ୍ରତିଷ୍ଠା ପାଇଁ ଫୋରମ ପକ୍ଷରୁ ଦାବି ହୋଇଛି। ଦାବିପତ୍ର ପ୍ରଦାନ ସମୟରେ ଫୋରମ ସଭାପତି ରାମ ପ୍ରସାଦ ତ୍ରିପାଠୀ, ସହ ସଂପାଦକ ମାନସ ରଞ୍ଜନ ପାତ୍ର, କାର୍ଯ୍ୟକାରିଣୀ ସଦସ୍ୟ ରମେଶ ଚନ୍ଦ୍ର ସାହୁ, ସନ୍ତୋଷ କୁମାର ସାହୁ ଓ କିରଣ କୁମାର ପଣ୍ଡାଙ୍କ ସମେତ ଫୋରମର ବହୁ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri