Posted inଜାତୀୟ

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ଶିକ୍ଷକଙ୍କଠାରୁ ପ୍ରସ୍ତାବ ଆହ୍ବାନ

ନୂଆଦିଲ୍ଲୀ, ୨୪।୮ (ପି.ଟି.): ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) କାର୍ଯ୍ୟକାରୀ କରିବା ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ସାରା ଦେଶରୁ ସ୍କୁଲ୍‌ ଶିକ୍ଷକ ଓ ପ୍ରିନି୍ସପାଲମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ରବିବାର ଏହି ସୂଚନା ଦେଇଛନ୍ତି। ଏନ୍‌ଇପି କାର୍ଯ୍ୟକାରିତାରେ ଶିକ୍ଷକମାନେ ମୁଖ୍ୟ ହୋଇଥିବାରୁ ସେମାନଙ୍କ ପରାମର୍ଶ ଲୋଡ଼ାଯାଇଥିବା ମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ଭାରତକୁ ବିଶ୍ୱ ଜ୍ଞାନର ସୁପରପାଓ୍ବାର କରିବା ଲକ୍ଷ୍ୟରେ ୩୪ ବର୍ଷର ପୁରୁଣା ଶିକ୍ଷାନୀତି ସ୍ଥାନରେ ନୂତନ ଶିକ୍ଷାନୀତି ଆଣିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ସ୍କୁଲ୍‌ ଓ ଉଚ୍ଚତର ଶିକ୍ଷା ବ୍ୟବସ୍ଥାରେ ବଡ଼ ସଂସ୍କାର ଆଣିବା ଲକ୍ଷ୍ୟ ରଖାଯାଇଛି। ୫ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାରେ ଶିକ୍ଷାଦାନ ସାଙ୍ଗକୁ ବୋର୍ଡ ପରୀକ୍ଷା ବୋଝ କମାଇବା, ମେଡିକାଲ ଓ ଆଇନ ଶିକ୍ଷା ବ୍ୟତୀତ ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନ ପାଇଁ ଗୋଟିଏ ନିୟାମକ, ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ଗୋଟିଏ ପ୍ରବେଶିକା ପରୀକ୍ଷା ଆଦି ସଂସ୍କାର ନୂତନ ଶିକ୍ଷାନୀତିରେ ରହିଛି। ବର୍ତ୍ତମାନ ପ୍ରଚଳିତ ୧୦+୨ ଢାଞ୍ଚା ବଦଳରେ ୫+୩+୩+୪ ପାଠ୍ୟକ୍ରମ ଢାଞ୍ଚା କାର୍ଯ୍ୟକାରୀ ହେବ। ଶିକ୍ଷାଦାନ ପ୍ରକ୍ରିୟା କିପରି ସରଳ ହୋଇପାରିବ ତାହା ଜାଣିବା ପାଇଁ ଶିକ୍ଷକମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରାଯାଇଥିବା କୁହାଯାଉଛି। ସବୁ ପ୍ରସ୍ତାବ ପହଞ୍ଚତ୍ବା ପରେ ଏନ୍‌ସିଇଆର୍‌ଟିର ବିଶେଷଜ୍ଞମାନଙ୍କର ଏକ ଟିମ୍‌ ଏହାକୁ ଅନୁଧ୍ୟାନ କରିବ। ଅଧିକରୁ ଅଧିକ ସ୍କୁଲ୍‌ର ଶିକ୍ଷକ ଯେପରି ପ୍ରସ୍ତାବ ପଠାଇବେ ସେଥିପାଇଁ ମନ୍ତ୍ରଣାଳୟର ଅନୁରୋଧକୁ ସେମାନଙ୍କ ପାଖରେ ପହଞ୍ଚାଇବା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri