Posted inଜାତୀୟ

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ଶିକ୍ଷକଙ୍କଠାରୁ ପ୍ରସ୍ତାବ ଆହ୍ବାନ

ନୂଆଦିଲ୍ଲୀ, ୨୪।୮ (ପି.ଟି.): ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) କାର୍ଯ୍ୟକାରୀ କରିବା ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ସାରା ଦେଶରୁ ସ୍କୁଲ୍‌ ଶିକ୍ଷକ ଓ ପ୍ରିନି୍ସପାଲମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ରବିବାର ଏହି ସୂଚନା ଦେଇଛନ୍ତି। ଏନ୍‌ଇପି କାର୍ଯ୍ୟକାରିତାରେ ଶିକ୍ଷକମାନେ ମୁଖ୍ୟ ହୋଇଥିବାରୁ ସେମାନଙ୍କ ପରାମର୍ଶ ଲୋଡ଼ାଯାଇଥିବା ମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ଭାରତକୁ ବିଶ୍ୱ ଜ୍ଞାନର ସୁପରପାଓ୍ବାର କରିବା ଲକ୍ଷ୍ୟରେ ୩୪ ବର୍ଷର ପୁରୁଣା ଶିକ୍ଷାନୀତି ସ୍ଥାନରେ ନୂତନ ଶିକ୍ଷାନୀତି ଆଣିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ସ୍କୁଲ୍‌ ଓ ଉଚ୍ଚତର ଶିକ୍ଷା ବ୍ୟବସ୍ଥାରେ ବଡ଼ ସଂସ୍କାର ଆଣିବା ଲକ୍ଷ୍ୟ ରଖାଯାଇଛି। ୫ମ ଶ୍ରେଣୀ ପର୍ଯ୍ୟନ୍ତ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାରେ ଶିକ୍ଷାଦାନ ସାଙ୍ଗକୁ ବୋର୍ଡ ପରୀକ୍ଷା ବୋଝ କମାଇବା, ମେଡିକାଲ ଓ ଆଇନ ଶିକ୍ଷା ବ୍ୟତୀତ ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନ ପାଇଁ ଗୋଟିଏ ନିୟାମକ, ବିଶ୍ୱବିଦ୍ୟାଳୟଗୁଡ଼ିକ ପାଇଁ ଗୋଟିଏ ପ୍ରବେଶିକା ପରୀକ୍ଷା ଆଦି ସଂସ୍କାର ନୂତନ ଶିକ୍ଷାନୀତିରେ ରହିଛି। ବର୍ତ୍ତମାନ ପ୍ରଚଳିତ ୧୦+୨ ଢାଞ୍ଚା ବଦଳରେ ୫+୩+୩+୪ ପାଠ୍ୟକ୍ରମ ଢାଞ୍ଚା କାର୍ଯ୍ୟକାରୀ ହେବ। ଶିକ୍ଷାଦାନ ପ୍ରକ୍ରିୟା କିପରି ସରଳ ହୋଇପାରିବ ତାହା ଜାଣିବା ପାଇଁ ଶିକ୍ଷକମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରାଯାଇଥିବା କୁହାଯାଉଛି। ସବୁ ପ୍ରସ୍ତାବ ପହଞ୍ଚତ୍ବା ପରେ ଏନ୍‌ସିଇଆର୍‌ଟିର ବିଶେଷଜ୍ଞମାନଙ୍କର ଏକ ଟିମ୍‌ ଏହାକୁ ଅନୁଧ୍ୟାନ କରିବ। ଅଧିକରୁ ଅଧିକ ସ୍କୁଲ୍‌ର ଶିକ୍ଷକ ଯେପରି ପ୍ରସ୍ତାବ ପଠାଇବେ ସେଥିପାଇଁ ମନ୍ତ୍ରଣାଳୟର ଅନୁରୋଧକୁ ସେମାନଙ୍କ ପାଖରେ ପହଞ୍ଚାଇବା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri