ଇଏସ୍‌ଆଇ ହସ୍‌ପିଟାଲ ପାଇଁ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ

ବାଲେଶ୍ୱର ଅଫିସ, ୧।୪: ବାଲେଶ୍ୱର ଜିଲାରେ ଅନେକ କଳକାରଖାନା ରହିଥିଲେ ମଧ୍ୟ ଏଠାରେ ଏକ ଇଏସ୍‌ଆଇ ହସ୍ପିଟାଲ ନ ଥିବାରୁ ରୋଗଗ୍ରସ୍ତ ଓ ଆହତ ଶ୍ରମିକମାନେ ଚିକିତ୍ସା ପାଇଁ ବାହାରକୁ ଯିବା ପାଇଁ ବାଧ୍ୟ ହେଉଥିଲେ। ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏକ ଇଏସ୍‌ଆଇ ହସ୍‌ପିଟାଲ ପ୍ରତିଷ୍ଠା ପାଇଁ ବାରମ୍ବାର କେନ୍ଦ୍ର ମନ୍ତ୍ରୀଙ୍କ ସହିତ ପତ୍ରାଚାର କରିବା ସହ ଆଲୋଚନା କରି ଆସୁଥିଲେ। ଶେଷରେ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦ୍ର ଯାଦବ ବାଲେଶ୍ୱରରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ଇଏସ୍‌ଆଇ ହସ୍‌ପିଟାଲ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରଦାନ କରିଥିଲେ। ଶୀଘ୍ର ଏହାର କାର୍ଯ୍ୟ ଆରମ୍ଭ କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନିବେଦନ କରିବାରୁ ତାଙ୍କର ନିର୍ଦ୍ଦେଶକ୍ରମେ ଶୁକ୍ରବାର ଏକ କେନ୍ଦ୍ରୀୟ ଟିମ୍‌ ଓ ସ୍ଥାନୀୟ ପ୍ରଶାସନ ସହ ଜିଲାପାଳଙ୍କ ଦ୍ୱାରା ପ୍ରସ୍ତାବିତ ତିନୋଟି ସ୍ଥାନ ଯଥା ସଦର ବ୍ଲକର ହଳଦୀପଦା, ରେମୁଣା ବ୍ଲକର ବିଦ୍ୟାଧରପୁର ଓ ନରହରିପୁର ବୁଲି ଅନୁଧ୍ୟାନ କରିବା ସହ ଖୁବ୍‌ଶୀଘ୍ର ଉପଯୁକ୍ତ ସ୍ଥାନ ଚୟନ କରି ମନ୍ତ୍ରୀଙ୍କ ଉପସ୍ଥିତିରେ ଶିଳାନ୍ୟାସ କରାଯିବ ବୋଲି ଏମ୍‌ପି ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ପରିଦର୍ଶନ ସମୟରେ ଉଭୟ ବାଲେଶ୍ୱର ଓ ରେମୁଣା ତହସିଲଦାରଙ୍କ ସମେତ ଭାଜପା ଜିଲା ସଭାପତି ଉମାକାନ୍ତ ମହାପାତ୍ର, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶୋଭନା ମହାନ୍ତି, ଜିଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, କମଳଲୋଚନ ଦାସ ଓ ସୁବୋଧଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ...

ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

 ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri