ଇଏସ୍‌ଆଇ ହସ୍‌ପିଟାଲ ପାଇଁ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ

ବାଲେଶ୍ୱର ଅଫିସ, ୧।୪: ବାଲେଶ୍ୱର ଜିଲାରେ ଅନେକ କଳକାରଖାନା ରହିଥିଲେ ମଧ୍ୟ ଏଠାରେ ଏକ ଇଏସ୍‌ଆଇ ହସ୍ପିଟାଲ ନ ଥିବାରୁ ରୋଗଗ୍ରସ୍ତ ଓ ଆହତ ଶ୍ରମିକମାନେ ଚିକିତ୍ସା ପାଇଁ ବାହାରକୁ ଯିବା ପାଇଁ ବାଧ୍ୟ ହେଉଥିଲେ। ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏକ ଇଏସ୍‌ଆଇ ହସ୍‌ପିଟାଲ ପ୍ରତିଷ୍ଠା ପାଇଁ ବାରମ୍ବାର କେନ୍ଦ୍ର ମନ୍ତ୍ରୀଙ୍କ ସହିତ ପତ୍ରାଚାର କରିବା ସହ ଆଲୋଚନା କରି ଆସୁଥିଲେ। ଶେଷରେ କେନ୍ଦ୍ର ଶ୍ରମମନ୍ତ୍ରୀ ଭୂପେନ୍ଦ୍ର ଯାଦବ ବାଲେଶ୍ୱରରେ ଏକ ୧୦୦ ଶଯ୍ୟା ବିଶିଷ୍ଟ ଇଏସ୍‌ଆଇ ହସ୍‌ପିଟାଲ ପ୍ରତିଷ୍ଠା ପାଇଁ ସମ୍ମତି ପ୍ରଦାନ କରିଥିଲେ। ଶୀଘ୍ର ଏହାର କାର୍ଯ୍ୟ ଆରମ୍ଭ କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନିବେଦନ କରିବାରୁ ତାଙ୍କର ନିର୍ଦ୍ଦେଶକ୍ରମେ ଶୁକ୍ରବାର ଏକ କେନ୍ଦ୍ରୀୟ ଟିମ୍‌ ଓ ସ୍ଥାନୀୟ ପ୍ରଶାସନ ସହ ଜିଲାପାଳଙ୍କ ଦ୍ୱାରା ପ୍ରସ୍ତାବିତ ତିନୋଟି ସ୍ଥାନ ଯଥା ସଦର ବ୍ଲକର ହଳଦୀପଦା, ରେମୁଣା ବ୍ଲକର ବିଦ୍ୟାଧରପୁର ଓ ନରହରିପୁର ବୁଲି ଅନୁଧ୍ୟାନ କରିବା ସହ ଖୁବ୍‌ଶୀଘ୍ର ଉପଯୁକ୍ତ ସ୍ଥାନ ଚୟନ କରି ମନ୍ତ୍ରୀଙ୍କ ଉପସ୍ଥିତିରେ ଶିଳାନ୍ୟାସ କରାଯିବ ବୋଲି ଏମ୍‌ପି ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ପରିଦର୍ଶନ ସମୟରେ ଉଭୟ ବାଲେଶ୍ୱର ଓ ରେମୁଣା ତହସିଲଦାରଙ୍କ ସମେତ ଭାଜପା ଜିଲା ସଭାପତି ଉମାକାନ୍ତ ମହାପାତ୍ର, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ଗୋବିନ୍ଦ ଚନ୍ଦ୍ର ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ଶୋଭନା ମହାନ୍ତି, ଜିଲା ସାଧାରଣ ସମ୍ପାଦକ ପର୍ଶୁରାମ ପରିଡ଼ା, କମଳଲୋଚନ ଦାସ ଓ ସୁବୋଧଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri