ସର୍ବଦଳୀୟ ବୈଠକ ଡାକିବାକୁ ଦେଲେ ପ୍ରସ୍ତାବ

ଭୁବନେଶ୍ବର,୫ା୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲାରେ ଉଭା ହୋଇଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବେ ସମାଧାନ କରିବା ଆବଶ୍ୟକ। ଏଥିରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ଏବଂ ଗଜପତି ଜିଲା ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତ ମାଣିକପାଟଣାରେ ଦେଖାଯାଇଥିବା ସୀମା ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ଜରୁରୀ। ଏଥିପାଇଁ ଏକ ସର୍ବଦଳୀୟ ବୈଠକ ଡକାଯାଉ ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି, ସର୍ବଦଳୀୟ ବୈଠକରେ ସୀମା ବିବାଦ ପାଇଁ ଗଠନ କରାଯାଇଥିବା ଆନ୍ତଃ ରାଜ୍ୟ କମିଟିର ଅଗ୍ରଗତି କାର୍ଯ୍ୟ ଉପରେ ସମୀକ୍ଷା ହେଉ। ଏହାସହ ସୀମାବର୍ତ୍ତୀ ଗାଁଗୁଡ଼ିକରେ ନିଆଯାଇଥିବା ବିକାଶମୂଳକ କାର୍ଯ୍ୟଗୁଡ଼ିକର ତଥ୍ୟ ବୈଠକରେ ଉପସ୍ଥାପନ କରାଯିବା ଆବଶ୍ୟକ। ଶାନ୍ତିପୂର୍ଣ୍ଣ ଭାବେ ୨ ରାଜ୍ୟ ମଧ୍ୟରେ ଆପୋସ ଆଲୋଚନାକରି ସୀମା ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେ ୨୦୨୦ ଓ ୨୦୨୧ରେ ଚିଠି ଲେଖିଥିଲେ। ଏହାସତ୍ତ୍ୱେ ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିବା ଭଳି ମନେହେଉଛି। ଗତ କିଛିଦିନରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ସୀମାବର୍ତ୍ତୀ ଗ୍ରାମଗୁଡ଼ିକରେ ପ୍ରଶାସନିକ ହସ୍ତକ୍ଷେପ କରିବାର ଖବର ସାମ୍ନାକୁ ଆସୁଛି। ଆନ୍ଧ୍ର ସରକାରଙ୍କ ଦ୍ୱାରା ଏହି ବେଆଇନ ଓ ଦୁର୍ଭାଗ୍ୟପୂର୍ଣ୍ଣ ହସ୍ତକ୍ଷେପ କେବଳ କୋଟିଆରେ ସୀମିତ ହୋଇ ରହିନାହିଁ। ଦକ୍ଷିଣ ଓଡ଼ିଶାରେ ଅନେକ ଗ୍ରାମକୁ ଏହା ବ୍ୟାପିବାରେ ଲାଗିଛି। ନାମ ପରିବର୍ତ୍ତନ କରାଯାଇ ଆନ୍ଧ୍ର ସରକାରଙ୍କ ଦ୍ୱାରା ନୂତନ ଭାବେ ଗଠିତ ହୋଇଥିବା ପାର୍ବତୀପୁରମ ମାନ୍ୟମ ଜିଲାରେ ଏହିଭଳି ୨୧ଟି ଗ୍ରାମକୁ ଅନ୍ତର୍ଭୁକ୍ତ କରାଯାଇଛି, ଯାହାର ସଦର ମହକୁମା କୋଟିଆର ଅନେକ ଗ୍ରାମରୁ ୪୦ କି.ମି. ଦୂରରେ ରହିଛି। ଆନ୍ଧ୍ର ସରକାର ସକ୍ରିୟ ଭାବେ ଏହିସବୁ ଗ୍ରାମରେ ବିଭିନ୍ନ ଯୋଜନା ଓ ଉନ୍ନୟନ କାର୍ଯ୍ୟକୁ କାର୍ଯ୍ୟକାରୀ କରିବା ସହ ଅଞ୍ଚଳର ଅଧିବାସୀଙ୍କୁ ଆନ୍ଧ୍ରର ଅଂଶ ହେବା ପାଇଁ ପ୍ରଲୋଭନ ଦେଖାଉଛନ୍ତି। ଏଭଳି ସମୟରେ ଓଡ଼ିଶା ସରକାର ମଧ୍ୟ ସରଜମିନ ସ୍ତରରେ କ୍ରିୟାଶୀଳ ହେବାର ଆବଶ୍ୟକତା ରହିଛି। ଫଳସ୍ବରୂପ ସରକାର ଏବଂ ପ୍ରଶାସନ ଏହି ସୀମାବର୍ତ୍ତୀ ଗ୍ରାମବାସୀଙ୍କ ନିକଟତର ହୋଇପାରିବ।
ପ୍ରଧାନ ଆହୁରି ଉଲ୍ଲେଖ କରିଛନ୍ତି, ଆନ୍ଧ୍ର ସରକାରଙ୍କ ଦ୍ୱାରା ଦିଆଯାଉଥିବା ସୁବିଧା ଦ୍ୱାରା ଲୋକମାନେ କିପରି ପ୍ରଲୋଭିତ ନ ହେବେ, ସେ ଦିଗ ପ୍ରତି ଧ୍ୟାନ ଦିଆଯାଉ। ସୀମା ବିବାଦ ଅଞ୍ଚଳଗୁଡ଼ିକରେ ଓଡ଼ିଶା ସରକାରଙ୍କ ଦ୍ୱାରା ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉ। ପ୍ରଶାସନିକ ମୁହାଁମୁହିଁ ଓ ବିବାଦ ଦ୍ୱାରା ଉକ୍ତ ଅଞ୍ଚଳରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବା ସହ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି। ଏପରି ପରିସ୍ଥିତି ଉପୁଜିଲେ ଉଭୟ ରାଜ୍ୟର ସାମାଜିକ ଓ ରାଜନୈତିକ ଉଦ୍ଦେଶ୍ୟର ବିରୋଧ ହେବ, ଯାହା ବ୍ୟବସ୍ଥା ବିରୋଧୀ ମତକୁ ପ୍ରଶ୍ରୟ ଦେବ। ଅପରପକ୍ଷରେ ଦଳ ମତ ନିର୍ବିଶେଷରେ ସବୁ ରାଜନୈତିକ ଦଳ ସୀମାବର୍ତ୍ତୀ ଗାଁଗୁଡ଼ିକରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ସ୍ବାର୍ଥ ରକ୍ଷା ସହ ସେମାନଙ୍କ ଉନ୍ନତି ପାଇଁ ମତପ୍ରକାଶ କରିଛନ୍ତି। ତେଣୁ ୨ ରାଜ୍ୟର ଲୋକକଲ୍ୟାଣକୁ ଦୃଷ୍ଟିରେ ରଖି ସୀମା ବିବାଦର ସମାଧାନ କରିବା ପାଇଁ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri