ସର୍ବଦଳୀୟ ବୈଠକ ଡାକିବାକୁ ଦେଲେ ପ୍ରସ୍ତାବ

ଭୁବନେଶ୍ବର,୫ା୧୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ସୀମାବର୍ତ୍ତୀ କୋରାପୁଟ ଏବଂ ଗଜପତି ଜିଲାରେ ଉଭା ହୋଇଥିବା ସୀମା ବିବାଦକୁ ଶାନ୍ତିପୂର୍ଣ୍ଣ ଭାବେ ସମାଧାନ କରିବା ଆବଶ୍ୟକ। ଏଥିରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ଏବଂ ଗଜପତି ଜିଲା ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତ ମାଣିକପାଟଣାରେ ଦେଖାଯାଇଥିବା ସୀମା ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ଜରୁରୀ। ଏଥିପାଇଁ ଏକ ସର୍ବଦଳୀୟ ବୈଠକ ଡକାଯାଉ ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି, ସର୍ବଦଳୀୟ ବୈଠକରେ ସୀମା ବିବାଦ ପାଇଁ ଗଠନ କରାଯାଇଥିବା ଆନ୍ତଃ ରାଜ୍ୟ କମିଟିର ଅଗ୍ରଗତି କାର୍ଯ୍ୟ ଉପରେ ସମୀକ୍ଷା ହେଉ। ଏହାସହ ସୀମାବର୍ତ୍ତୀ ଗାଁଗୁଡ଼ିକରେ ନିଆଯାଇଥିବା ବିକାଶମୂଳକ କାର୍ଯ୍ୟଗୁଡ଼ିକର ତଥ୍ୟ ବୈଠକରେ ଉପସ୍ଥାପନ କରାଯିବା ଆବଶ୍ୟକ। ଶାନ୍ତିପୂର୍ଣ୍ଣ ଭାବେ ୨ ରାଜ୍ୟ ମଧ୍ୟରେ ଆପୋସ ଆଲୋଚନାକରି ସୀମା ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେ ୨୦୨୦ ଓ ୨୦୨୧ରେ ଚିଠି ଲେଖିଥିଲେ। ଏହାସତ୍ତ୍ୱେ ଏଥିରେ କୌଣସି ପରିବର୍ତ୍ତନ ହୋଇ ନ ଥିବା ଭଳି ମନେହେଉଛି। ଗତ କିଛିଦିନରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ସୀମାବର୍ତ୍ତୀ ଗ୍ରାମଗୁଡ଼ିକରେ ପ୍ରଶାସନିକ ହସ୍ତକ୍ଷେପ କରିବାର ଖବର ସାମ୍ନାକୁ ଆସୁଛି। ଆନ୍ଧ୍ର ସରକାରଙ୍କ ଦ୍ୱାରା ଏହି ବେଆଇନ ଓ ଦୁର୍ଭାଗ୍ୟପୂର୍ଣ୍ଣ ହସ୍ତକ୍ଷେପ କେବଳ କୋଟିଆରେ ସୀମିତ ହୋଇ ରହିନାହିଁ। ଦକ୍ଷିଣ ଓଡ଼ିଶାରେ ଅନେକ ଗ୍ରାମକୁ ଏହା ବ୍ୟାପିବାରେ ଲାଗିଛି। ନାମ ପରିବର୍ତ୍ତନ କରାଯାଇ ଆନ୍ଧ୍ର ସରକାରଙ୍କ ଦ୍ୱାରା ନୂତନ ଭାବେ ଗଠିତ ହୋଇଥିବା ପାର୍ବତୀପୁରମ ମାନ୍ୟମ ଜିଲାରେ ଏହିଭଳି ୨୧ଟି ଗ୍ରାମକୁ ଅନ୍ତର୍ଭୁକ୍ତ କରାଯାଇଛି, ଯାହାର ସଦର ମହକୁମା କୋଟିଆର ଅନେକ ଗ୍ରାମରୁ ୪୦ କି.ମି. ଦୂରରେ ରହିଛି। ଆନ୍ଧ୍ର ସରକାର ସକ୍ରିୟ ଭାବେ ଏହିସବୁ ଗ୍ରାମରେ ବିଭିନ୍ନ ଯୋଜନା ଓ ଉନ୍ନୟନ କାର୍ଯ୍ୟକୁ କାର୍ଯ୍ୟକାରୀ କରିବା ସହ ଅଞ୍ଚଳର ଅଧିବାସୀଙ୍କୁ ଆନ୍ଧ୍ରର ଅଂଶ ହେବା ପାଇଁ ପ୍ରଲୋଭନ ଦେଖାଉଛନ୍ତି। ଏଭଳି ସମୟରେ ଓଡ଼ିଶା ସରକାର ମଧ୍ୟ ସରଜମିନ ସ୍ତରରେ କ୍ରିୟାଶୀଳ ହେବାର ଆବଶ୍ୟକତା ରହିଛି। ଫଳସ୍ବରୂପ ସରକାର ଏବଂ ପ୍ରଶାସନ ଏହି ସୀମାବର୍ତ୍ତୀ ଗ୍ରାମବାସୀଙ୍କ ନିକଟତର ହୋଇପାରିବ।
ପ୍ରଧାନ ଆହୁରି ଉଲ୍ଲେଖ କରିଛନ୍ତି, ଆନ୍ଧ୍ର ସରକାରଙ୍କ ଦ୍ୱାରା ଦିଆଯାଉଥିବା ସୁବିଧା ଦ୍ୱାରା ଲୋକମାନେ କିପରି ପ୍ରଲୋଭିତ ନ ହେବେ, ସେ ଦିଗ ପ୍ରତି ଧ୍ୟାନ ଦିଆଯାଉ। ସୀମା ବିବାଦ ଅଞ୍ଚଳଗୁଡ଼ିକରେ ଓଡ଼ିଶା ସରକାରଙ୍କ ଦ୍ୱାରା ବିକାଶ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଉ। ପ୍ରଶାସନିକ ମୁହାଁମୁହିଁ ଓ ବିବାଦ ଦ୍ୱାରା ଉକ୍ତ ଅଞ୍ଚଳରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବା ସହ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି। ଏପରି ପରିସ୍ଥିତି ଉପୁଜିଲେ ଉଭୟ ରାଜ୍ୟର ସାମାଜିକ ଓ ରାଜନୈତିକ ଉଦ୍ଦେଶ୍ୟର ବିରୋଧ ହେବ, ଯାହା ବ୍ୟବସ୍ଥା ବିରୋଧୀ ମତକୁ ପ୍ରଶ୍ରୟ ଦେବ। ଅପରପକ୍ଷରେ ଦଳ ମତ ନିର୍ବିଶେଷରେ ସବୁ ରାଜନୈତିକ ଦଳ ସୀମାବର୍ତ୍ତୀ ଗାଁଗୁଡ଼ିକରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ସ୍ବାର୍ଥ ରକ୍ଷା ସହ ସେମାନଙ୍କ ଉନ୍ନତି ପାଇଁ ମତପ୍ରକାଶ କରିଛନ୍ତି। ତେଣୁ ୨ ରାଜ୍ୟର ଲୋକକଲ୍ୟାଣକୁ ଦୃଷ୍ଟିରେ ରଖି ସୀମା ବିବାଦର ସମାଧାନ କରିବା ପାଇଁ ଧର୍ମେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri