Posted inଫୁରସତ

ନିଆରା ଢଙ୍ଗରେ ପ୍ରେମ ନିବେଦନ

ବୋଧହୁଏ ପ୍ରେମଠାରୁ ଦୁନିଆରେ ଅଧିକ କିଛି ସୁନ୍ଦର ନାହିଁ। ଅନେକ ପ୍ରେମ କାହାଣୀ ଶୁଣିଥିବେ, ଯାହା ହୃଦୟକୁ ଛୁଁଇଯାଏ। ଲୋକମାନେ ସେମାନଙ୍କର ପ୍ରେମକୁ ପ୍ରକାଶ କରିବାକୁ ଏମିତି ପଦ୍ଧତି ଅବଲମ୍ବନ କରନ୍ତି, ଯାହାଦ୍ୱାରା ସେମାନଙ୍କ ପ୍ରେମ ସ୍ମରଣୀୟ ହୋଇ ରହେ। ବେଳେବେଳେ ପ୍ରେମ ପାଇଁ ଯୋଡ଼ିମାନେ ଏମିତି କିଛି କରିଥାନ୍ତି, ଯାହା ଉପରେ ସମଗ୍ର ବିଶ୍ୱବାସୀଙ୍କ ନଜରରେ ରହିଥାଏ।

ଆଜିକାଲି ସୋସିଆଲ ମିଡିଆରେ ଠିକ୍‌ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ଜଣେ ଅଷ୍ଟ୍ରେଲୀୟ ସଫ୍ଟବଲ୍‌ ଖେଳାଳି ନିଜ ପ୍ରେମିକାଙ୍କୁ ଖେଳ ପଡ଼ିଆରେ ବିବାହ ପାଇଁ ପ୍ରପୋଜ କରୁଛନ୍ତି। ଖେଳାଳିମାନେ ଏହା କରୁଥିବା ଦେଖି ଆଖପାଖର ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ଏହାର କାରଣ ହେଉଛି, ଖେଳାଳି ପିଚ୍‌ରେ ଆହତ ହେବା ବାହାନାରେ ପଡ଼ିଆରେ ନିଜ ସାଥୀଙ୍କୁ ଡାକିଥିଲେ।

 

ପର୍ଥର ମିରାବୁକା ସଫ୍ଟବଲ ଗ୍ରାଉଣ୍ଡରେ ଏକ ସଫ୍ଟବଲ ଲିଗ୍‌ ମ୍ୟାଚ ସମୟରେ ସାରା ରିଓ ତାଙ୍କ ଗର୍ଲଫ୍ରେଣ୍ଡକୁ ଏକ ଭିନ୍ନ ଢଙ୍ଗରେ ପ୍ରେମ ପ୍ରସ୍ତାବ ଦେଇଥିଲେ। ଭାଇରାଲ ହେଉଥିବା ଭିଡିଓରେ ରିଓ ବଲ୍‌ରେ ଆହତ ହୋଇ ତଳେ ପଡ଼ିଯାଇଥିବାର ଦେଖାଯାଇଛି। ଏହା ପରେ କୋମାଣ୍ଡେ ପଡ଼ିଆରେ ତାଙ୍କ ନିକଟକୁ ଆସିଥିଲେ। ଏହା ପରେ ରିଓ ତାଙ୍କ ଶୈଳୀରେ କୋମାଣ୍ଡେଙ୍କୁ ପ୍ରପୋଜ କରିଥିଲେ।

ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବା ମାତ୍ରେ ଲୋକମାନେ ନିଜ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଭିଡିଓ ଦେଖିବା ପରେ ଜଣେ ୟୁଜର ଲେଖିଛନ୍ତି, ପ୍ଲେୟାର ପ୍ରକୃତରେ ନିଜ ପ୍ରେମକୁ ଏକ ଚମତ୍କାର ଢଙ୍ଗରେ ପ୍ରକାଶ କରିଛନ୍ତି। ଲୋକମାନେ ଏହି ଭିଡିଓକୁ ସୋସିଆଲ ମିଡିଆ ପ୍ଲାଟଫର୍ମରେ ବହୁତ ଶେୟାର ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?