ପୁତୁରାଙ୍କ ଟାଙ୍ଗିଆ ଚୋଟରେ ଦାଦାଙ୍କ ମୃତ୍ୟୁ, ଅଭିଯୁକ୍ତ କୋର୍ଟ ଚାଲାଣ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସାମାନ୍ୟ ବଚସାକୁ କେନ୍ଦ୍ରକରି କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଚମ୍ପାଝର ଗାଁରେ ନିଜର ବୃଦ୍ଧ ଦାଦାଙ୍କୁ ଟାଙ୍ଗିଆରେ ହାଣି ପୁତୁରା ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ପୁତୁରାଙ୍କ ବୁଧବାର କୋର୍ଟ ଚାଲାଣ କରାଯାଇଛି। ମୃତକ ହେଲେ ଗ୍ରାମର ଗୁରୁ କମାଲ (୬୫)। ଏହି ମାମଲାରେ ପୋଲିସ ଅଭିଯୁକ୍ତ ମଧୁ କମାଲ (୪୦)ଙ୍କୁ ଗିରଫ କରି ପଚରାଉଚରା କରିବା ପରେ କୋର୍ଟ ଚାଲାଣ କରିଛି।

ପ୍ରକାଶ ଯେ, ସୋମବାର ଗ୍ରାମରେ ରକ୍ଷାବନ୍ଧନ ଉତ୍ସବ ଚାଲିଥିଲା। ରାତି ପ୍ରାୟ ୯ଟାରେ ଗୁର ଓ ତାଙ୍କ ସ୍ତ୍ରୀ ରୁଖ ଘରେ ନାତିକୁ ଖେଳାଉଥିଲେ। ଏହି ସମୟରେ ପୁତୁରା ମଧୁ ପହଞ୍ଚିଥିଲେ। କୌଣସି କଥାକୁ ନେଇ ଦାଦା-ପୁତୁରା ମଧ୍ୟରେ ବଚସା ହୋଇଥିଲା। ଏଥିରେ କଥା କଟାକଟି ହୋଇଥିଲା। ଉତ୍‌କ୍ଷିପ୍ତ ହୋଇ ପୁତୁରା ଟାଙ୍ଗିଆରେ ଦାଦା ଗୁରଙ୍କୁ ଆକ୍ରମଣ କରିଥିଲେ। ପାଖରେ ଥିବା ରୁଖ ନିଜ ସ୍ବାମୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ତାଙ୍କୁ ମଧ୍ୟ ସେ ଆକ୍ରମଣ କରିଥିଲେ। ପାଟି ଶୁଣି ତାଙ୍କ ଝିଅ ଘରୁ ଧାଇଁ ଆସିଥିଲେ। ତେବେ ତାଙ୍କୁ ମଧ୍ୟ ଆକ୍ରମଣ କରିବାକୁ ପଛେଇ ନ ଥିଲେ। ମା’ ଓ ଝିଅ ଜୀବନ ବଞ୍ଚାଇବାକୁ ଧାଇଁ ପଳାଇଥିଲେ। ତେବେ ଆକ୍ରମଣର ଶିକାର ହୋଇ ଗୁରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିବା ବେଳେ ରକ୍ତ ଭିଜା ଟାଙ୍ଗିଆକୁ ଜବତ କରିଥିଲା। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ମେଡିକାଲ ପଠାଇବା ପରେ ଅଭିଯୁକ୍ତ ମଧୁଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି। ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ କେସ୍‌ ନମ୍ବର ୧୭୫/୨୪ରେ ହତ୍ୟା ମାମଲା ରୁଜୁ କରି ପୋଲିସ ଅଧିକ ତଦନ୍ତ କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?