ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ କେସିଙ୍ଗା ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି। ପରଲସିଙ୍ଗା ଗ୍ରାମ ମହୁଲପଡାର ଜିତୁଙ୍କୁ ତାଙ୍କ ଘରୁ ଗିରଫ କରି କେସିଙ୍ଗା ଥାନାକୁ ନେଇ ତଦନ୍ତ କରିଥିଲେ। ବିରଞ୍ଚିଙ୍କୁ ହତ୍ୟା କରିବା ଜଣାପଡିବା ପରେ ଏସ୍‌ଡିପିଓ ବିନୋଦ ପାଟିଲ, ଆଇଆଇସି ପ୍ରଦ୍ୟୁମ୍ନ ମହାପାତ୍ରଙ୍କ ମିଳିତ ଉଦ୍ୟମରେ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବିରଞ୍ଚିଙ୍କଠାରୁ ଜିତୁ ସିକ୍ୟୁରିଟି ଚାକିରି କରାଇ ଦେବା ପାଇଁ ଟଙ୍କା ନେଇଥିଲେ। ଗତ ୧୨ତାରିଖରେ ଜିତୁ ବିରଞ୍ଚିଙ୍କୁ ଫୋନ କରି ଡାକିଥିଲେ। ଦୁହିଁଙ୍କ ମଧ୍ୟରେ ବଚସା ହୋଇ ଜିତୁ ଛୁରିରେ ବିରଞ୍ଚିଙ୍କୁ ଆକ୍ରମଣ କରି ହତ୍ୟା କରିଥିଲେ। ମୃତଦେହକୁ ଭମରମାଲ ଛକ ନିକଟକୁ ନେଇ ଫିଙ୍ଗି ଦେଇଥିଲେ। ବିରଞ୍ଚି ଘରୁ ଯିବା ପରେ ବିରଞ୍ଚିଙ୍କ ସ୍ତ୍ରୀ ଫୋନ୍‌ କରିଥିଲେ। ଫୋନ୍‌ ସୁଇଚ୍‌ ଅଫ୍‌ ଥିଲା। ବହୁ ଖୋଜାଖୋଜି ପରେ ଭମରମାଲ ତିନି କୋଣିଆ ଛକ ନିକଟରେ ଗତ ୧୩ ତାରିଖ ରାତିରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବାର ଜାଣି ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ମୃତଦେହ ଚିହ୍ନଟ କରି କେସିଙ୍ଗା ଥାନାକୁ ଫୋନ୍‌ କରି ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଥିଲେ। ହତ୍ୟାକାରୀ ଜିତୁ(୧୯)ଙ୍କୁ ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ସୂଚନା ଦେଇ ଶୁକ୍ରବାର କୋର୍ଟ ଚାଲାଣ କରିଥିବାର ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri