ବିରଜାକ୍ଷେତ୍ରକୁ ନୂତନ ରେଳପଥ ଆଶା ଉଜ୍ଜ୍ୱଳ

ଯାଜପୁର,୧୨ା୯(ହର୍ଷବର୍ଦ୍ଧନ ବେହେରା): ଗତ ୧ ଦଶନ୍ଧି ଧରି ଦାବି ହୋଇ ଆସୁଥିବା ୯୫.୯୫୦ କି.ମି. ବିଶିଷ୍ଟ ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ବିରଜା ମନ୍ଦିର ନୂତନ ରେଳପଥ ନିର୍ମାଣ ଆଶା ଉଜ୍ଜ୍ୱଳ ହୋଇଛି। ସୋମବାର ରେଳ ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(ଏଫ୍‌ଏଲ୍‌ଏସ୍‌) ପାଇଁ ୨ କୋଟି ୪୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଏହି ମର୍ମରେ ରେଳୱେ ବୋର୍ଡର ଯୁଗ୍ମ ନିର୍ଦ୍ଦେଶକ ଅଭିଷେକ ଜଗୱାତ ଏନେଇ ଭୁବନେଶ୍ୱର ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜରଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ସୂଚନା ଦେଇଛନ୍ତି। ଏହା କାର୍ଯ୍ୟକାରୀ ହେଲେ ଦୀର୍ଘଦିନର ଦାବି ପୂରଣ ହେବ ବୋଲି ଯାଜପୁର ଜିଲାବାସୀ ଆଶାବ୍ୟକ୍ତ କରିଛନ୍ତି।
ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ ଅନୁସାରେ ପୂର୍ବତଟ ରେଳପଥରେ ୨୦୧୭-୧୮ରୁ ୨୦୨୧-୨୨ ମଧ୍ୟରେ ୨୭,୯୪୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୮୯,୬୬୯ କୋଟି ଟଙ୍କା ଆୟ ହୋଇଥିଲା। ଅଥଚ ୧୦୪୨.୬୨ କୋଟି ଟଙ୍କାର ଯାଜପୁର ରୋଡ୍‌-ଧାମରା ପ୍ରକଳ୍ପ ନିର୍ମାଣ ହୋଇ ପାରୁନାହିଁ ବୋଲି ବିଭିନ୍ନ ମହଲରେ ଆନ୍ଦୋଳନ ଜାରି ରହିଛି। ଆଇନଜୀବୀ ସତ୍ୟପ୍ରକାଶ ବେହୁରିଆ ମାଗିଥିବା ଆର୍‌ଟିଆଇ ତଥ୍ୟ ଅନୁସାରେ ୨୦୧୨-୧୩ରେ ଏହି ରେଳପଥ ନିର୍ମାଣ ସକାଶେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ପୂର୍ବତଟ ରେଳପଥ ପକ୍ଷରୁ ସର୍ଭେ ହୋଇଥିଲା। ୨୦୧୫ ଏପ୍ରିଲରେ ରେଳ ମନ୍ତ୍ରଣାଳୟ ଅଧୀନ ରେଲଓ୍ବେ ବୋର୍ଡ ନିକଟରେ ଏହାର ନଥିପତ୍ର ଦାଖଲ ହୋଇଥିଲା। ଏହି ରେଳପଥ ନିର୍ମାଣ ପାଇଁ ୯୯୫.୩୯୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରଥମେ ଆକଳନ ହୋଇଥିଲା। ବର୍ତ୍ତମାନ ୧୦୪୨.୬୨ କୋଟି ଖର୍ଚ୍ଚ ହେବ ବୋଲି ବୋର୍ଡ ପକ୍ଷରୁ ଦର୍ଶାଯାଇଛି। ଏହି ରେଳଲାଇନ ନିର୍ମାଣ ହେଲେ ପୂର୍ବତଟ ରେଳପଥ ବର୍ଷକୁ ୩୧.୧୫ ପ୍ରତିଶତ ଲାଭବାନ ହେବ। ଏହି ପ୍ରକଳ୍ପରେ ୮ଟି ଷ୍ଟେଶନ ନିର୍ମାଣ କରାଯିବ। ଯାଜପୁରରେ ପ୍ରସିଦ୍ଧ ମା’ ବିରଜାଙ୍କ ଶକ୍ତିପୀଠ ଥିବାବେଳେ ଭଦ୍ରକ ଜିଲାର ଆରଡ଼ିଠାରେ ପ୍ରମୁଖ ଶୈବପୀଠ ଆଖଣ୍ଡଳମଣି ଧାମ ରହିଛି। ଏହି ଦୁଇଟି ଦର୍ଶନୀୟ ଓ ପର୍ଯ୍ୟଟନସ୍ଥଳୀକୁ ପ୍ରତ୍ୟେକ ଦିନ ଦେଶବିଦେଶରୁ ଯାତ୍ରୀମାନେ ଆସିଥାନ୍ତି। ଏହି ରେଳପଥ ନିର୍ମାଣ ହେଲେ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ସମ୍ଭବ ହେବ। ଏହାବାଦ୍‌ ଯାଜପୁର ଜିଲାର କଳିଙ୍ଗନଗର ଏସିଆ ମହାଦେଶର ଇସ୍ପାତ ରାଜଧାନୀ ବୋଲି କୁହାଯାଉଛି। ଏଠାରୁ ଧାମରା ଦେଇ ବିଦେଶକୁ ମାଲ ପରିବହନ ସୁଗମ ହେବ। ସେହିପରି ଜିଲାର ଉପତ୍ାଦିତ କୃଷିଜାତ ଦ୍ରବ୍ୟର ପରିବହନରେ ଉନ୍ନତି ଆସିବା ସହିତ ଖାଉଟି ସାମଗ୍ରୀ ଲୋକଙ୍କ ପାଖରେ ପହଞ୍ଚିବା ଅଧିକ ସୁବିଧାଜନକ ହେବ। ହେଲେ ବିଗତ ବଜେଟ୍‌ଗୁଡ଼ିକରେ ଏହି ପ୍ରକଳ୍ପକୁ ସ୍ଥାନ ମିଳି ନ ଥିବାରୁ ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାବାଦ୍‌ ଏହି ନୂତନ ରେଳପଥ କାର୍ଯ୍ୟକାରୀ ହେଲେ ଯାଜପୁର-କେନ୍ଦୁଝରରୋଡ୍‌ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ମଧ୍ୟ ମିଳିବ ବୋଲି ଆଶାପ୍ରକାଶ କରାଯାଉଛି। ଡିଭିଜନ ପାଇଁ ଏଠାରେ ଆବଶ୍ୟକ ଜମି ଯୋଗାଇଦେବାକୁ ରାଜ୍ୟ ସରକାର ସହଯୋଗ କରିବେ ବୋଲି ପୂର୍ବରୁ ପ୍ରତିଶ୍ରୁତି ଦେଇଛନ୍ତି। ଜିଲାରେ ବିଶ୍ୱର ୯୮ ପ୍ରତିଶତ କ୍ରୋମାଇଟ ସହିତ ବିପୁଳ ପରିମାଣରେ ଖଣିଜ ସମ୍ପଦ ଭରି ରହିଛି। ସେହିପରି ପର୍ଯ୍ୟଟନର ସୁବିଧା ରହିଛି। ଏବେ ଜିଲାରେ ୪ଟି ଜଙ୍କସନ ଓ ୨୧ଟି ରେଳଷ୍ଟେଶନ ରହିଛି। ପଡୋଶୀ ଜିଲାରେ ରହିଥିବା ଧାମରା ଓ ପାରାଦୀପ ବନ୍ଦର ସହ ବାଣିଜି୍ୟକ କାରବାର ବୃଦ୍ଧି ପାଇଁ ଏହି ଡିଭିଜନର ଆବଶ୍ୟକତା ରହିଛି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri