‘ସରକାରୀ ଜମିକୁ ସୁରକ୍ଷା ଦିଅ’

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଅପରାହ୍ନରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। କରୋନା ମହାମାରୀ ସତ୍ତ୍ୱେ ଜନସାଧାରଣଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ନୂତନ ନିୟମ ଅନୁଯାୟୀ ଆବେଦନକାରୀ ଭୂମିହୀନଙ୍କୁ ଯଥାଶୀଘ୍ର ଜମିପଟ୍ଟା ଯୋଗାଇ ଦେବା ଲାଗି ପଦକ୍ଷେପ ନେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଢେଙ୍କାନାଳ ସହର ଏବଂ ସହର ଉପକଣ୍ଠରେ ଥିବା ସରକାରୀ ଜମିକୁ ଜବରଦଖଲ ମୁକ୍ତ କରି ସୁରକ୍ଷା ଦେବା ଏବଂ ସରକାରଙ୍କ ଅକ୍ତିଆରରେ ରଖିବାକୁ ରାଜସ୍ବ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ଆଗୁଆ ପ୍ରସ୍ତୁତି ଆବଶ୍ୟକ। ଜିଲାର ସମସ୍ତ ବ୍ଲକରେ ଥିବା ବହୁମୁଖୀ ଆଶ୍ରୟସ୍ଥଳରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା, କାର୍ଯ୍ୟାଳୟକୁ ଆସୁଥିବା କର୍ମଚାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ୫-ଟି ବ୍ୟବସ୍ଥାର ସଫଳ ରୂପାୟନ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ଜିଲାର ଭୂମିହୀନଙ୍କୁ ଜମିପଟ୍ଟା ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି ନିମନ୍ତେ ଜିଲାସ୍ତରରେ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ଜିଲାର ସମସ୍ତ ତହସିଲ ଅଞ୍ଚଳରେ ଥିବା ଖଣିଖାଦାନରେ ଚଢ଼ାଉ କରାଯାଇ ୨କୋଟି ୪୪ଲକ୍ଷ ୯୯ ହଜାର ୯୨ ଟଙ୍କା ଜରିମାନା ଆଦାୟ କରାଯାଇଥିବା ସମୀକ୍ଷା ବୈଠକରୁ ସୂଚନା ମିଳିଛି। ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ର, ସମସ୍ତ ବ୍ଲକର ବିଡିଓ, ତହସିଲଦାର, ଜିଲା କାର୍ଯ୍ୟାଳୟର ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri