‘ସରକାରୀ ଜମିକୁ ସୁରକ୍ଷା ଦିଅ’

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଅପରାହ୍ନରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। କରୋନା ମହାମାରୀ ସତ୍ତ୍ୱେ ଜନସାଧାରଣଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ନୂତନ ନିୟମ ଅନୁଯାୟୀ ଆବେଦନକାରୀ ଭୂମିହୀନଙ୍କୁ ଯଥାଶୀଘ୍ର ଜମିପଟ୍ଟା ଯୋଗାଇ ଦେବା ଲାଗି ପଦକ୍ଷେପ ନେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଢେଙ୍କାନାଳ ସହର ଏବଂ ସହର ଉପକଣ୍ଠରେ ଥିବା ସରକାରୀ ଜମିକୁ ଜବରଦଖଲ ମୁକ୍ତ କରି ସୁରକ୍ଷା ଦେବା ଏବଂ ସରକାରଙ୍କ ଅକ୍ତିଆରରେ ରଖିବାକୁ ରାଜସ୍ବ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ଆଗୁଆ ପ୍ରସ୍ତୁତି ଆବଶ୍ୟକ। ଜିଲାର ସମସ୍ତ ବ୍ଲକରେ ଥିବା ବହୁମୁଖୀ ଆଶ୍ରୟସ୍ଥଳରେ ଆନୁଷଙ୍ଗିକ ବ୍ୟବସ୍ଥା କରିବା, କାର୍ଯ୍ୟାଳୟକୁ ଆସୁଥିବା କର୍ମଚାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ୫-ଟି ବ୍ୟବସ୍ଥାର ସଫଳ ରୂପାୟନ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ଜିଲାର ଭୂମିହୀନଙ୍କୁ ଜମିପଟ୍ଟା ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଉଛି। ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନ ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି ନିମନ୍ତେ ଜିଲାସ୍ତରରେ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଚଳିତ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ଜିଲାର ସମସ୍ତ ତହସିଲ ଅଞ୍ଚଳରେ ଥିବା ଖଣିଖାଦାନରେ ଚଢ଼ାଉ କରାଯାଇ ୨କୋଟି ୪୪ଲକ୍ଷ ୯୯ ହଜାର ୯୨ ଟଙ୍କା ଜରିମାନା ଆଦାୟ କରାଯାଇଥିବା ସମୀକ୍ଷା ବୈଠକରୁ ସୂଚନା ମିଳିଛି। ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ, ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ର, ସମସ୍ତ ବ୍ଲକର ବିଡିଓ, ତହସିଲଦାର, ଜିଲା କାର୍ଯ୍ୟାଳୟର ଡେପୁଟି କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟରଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri