ଜଳୁଛି ସଂରକ୍ଷିତ ଜଙ୍ଗଲ

ବାରିପଦା ଅଫିସ/ସାରସକଣା, ୨୨ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିବା ଆରମ୍ଭ ହୋଇଛି। ଗ୍ରୀଷ୍ମ ପ୍ରବାହ ଓ ପବନର ବେଗ ବୃଦ୍ଧି ଯୋଗୁ ନିଅଁା ଅଣାୟତ୍ତ ହୋଇପଡ଼ିଛି। ମଙ୍ଗଳବାର ମଧ୍ୟାହ୍ନରେ ବାଙ୍ଗିରିପୋଷି ରେଞ୍ଜ ଅଧୀନ ଘିଆଯୋଡ଼ି ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଥିଲା। ବନ କର୍ମଚାରୀ ଓ ଦମକଳ ବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ୪୯ନଂ. ଜାତୀୟ ରାଜପଥର ଝାରପୋଖରିଆ ଟୋଲ୍‌ ପ୍ଲାଜା ସନ୍ନିକଟ ସଂରକ୍ଷିତ ଜଙ୍ଗଲରେ ଏହି ନିଅଁା ଲାଗିଛି। ଶୁଖିଲାପତ୍ରଗୁଡ଼ିକ ହୁତ୍‌ ହୁତ୍‌ ହୋଇ ଜଳିବା ଦ୍ୱାରା ଜଙ୍ଗଲ ମଧ୍ୟରେ ନିଅଁା ମାଡ଼ି ଚାଲିଛି। ବଡ଼ ବଡ଼ ଗଛ ଜଳୁଥିବା ଦେଖି ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଖବର ଦେଇଥିଲେ। ବନ, ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ସ୍ଥାନୀୟ ଲୋକେ ନିଅଁା ଲିଭାଇବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ଏ ସଂକ୍ରାନ୍ତରେ ବାଙ୍ଗିରିପୋଷି ରେଞ୍ଜର ମହେଶ୍ୱର ସିଂଙ୍କୁ ପଚାରିବାରୁ ଅଧା ହେକ୍ଟର ଜଙ୍ଗଲ ନିଅଁା ଲାଗିଥିବା ଅନୁମାନ କରାଯାଉଛି ଓ ସନ୍ଧ୍ୟା ସୁଦ୍ଧା ନିଅଁାକୁ ଆୟତ୍ତ କରାଯାଇଥିବା ସେ କହିଛନ୍ତି। ସେହିପରି ବେତନଟୀ ରେଞ୍ଜ ଅଧୀନ ତୁଙ୍ଗାଧୁଆ ଶାଗବାଡ଼ିଆ ସଂରକ୍ଷିତ ଜଙ୍ଗଲରେ ମଧ୍ୟ ନିଅଁା ଲାଗି ବ୍ୟାପକ ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri