ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ

ମୁନିଗୁଡ଼ା,୨୭ା୩(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ ବିଭାଗର ମିଳିତ ପ୍ରୟାସରେ ବନାଗ୍ନିକୁ ଆୟତ୍ତ କରାଯାଇ ପାରିଛି।
ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଥିବା ସ୍ଥାନୀୟ ସାମାଜିକ କର୍ମୀ କ୍ଷମାସାଗର ଦାସ ପ୍ରଥମେ ଦେଖିଥିଲେ। ତୁରନ୍ତ ଗାଁର ଯୁବକମାନଙ୍କ ସହାୟତାରେ ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ବନ ବିଭାଗକୁ ଜଣାଇଥିଲେ। ମୁନିଗୁଡ଼ା ବନପାଳ ପ୍ରମୋଦିନୀ ମାଣ୍ଡାଙ୍ଗୀ ସଦଳବଳ ପହଞ୍ଚି ଗ୍ରାମବାସୀଙ୍କ ସହ ମିଶି ନିଆଁ ଲିଭାଇବାରେ ସଫଳ ହୋଇଛନ୍ତି। ଫଳରେ ଜଙ୍ଗଲରେ ଲାଗିଥିବା ଶାଗୁଆନ ଗଛଗୁଡ଼ିକୁ ନିଆଁରୁ ସୁରକ୍ଷିତ ରଖାଯାଇ ପାରିଛି। ଜଙ୍ଗଲ ସୁରକ୍ଷା ଦିଗରେ ସହଯୋଗ କରିଥିବାରୁ ଜିଲା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଗୌରାଙ୍ଗ ଚରଣ ରାଉତ, ମୁନିଗୁଡ଼ା ବନାଞ୍ଚଳ ଅଧିକାରୀ ପ୍ରସନ୍ନ କୁମାର ମିଶ୍ର ପ୍ରମୁଖ ସାମାଜିକ କର୍ମୀ ଏବଂ ଯୁବଗୋଷ୍ଠୀଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri