ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ବନ ବିଭାଗ ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ଦିଗପହଣ୍ଡି ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା. ମଧୁସ୍ମିତା ପଣ୍ଡା,ସାନଖେମୁଣ୍ଡି ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡା. ପ୍ରବୀଣ ସାହୁ, ଦିଗପହଣ୍ଡି ଓ ପାଟପୁର ବିଦ୍ୟୁତ ବିଭାଗ ଟିପିଏସଓଡିଏଲର ଯନ୍ତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।
ବନ ସୁରକ୍ଷା ସମିତି ପକ୍ଷରୁ ଗ୍ରାମାଞ୍ଚଳରେ ନିୟୋଜିତ ଗଜ ସାଥି ବୃନ୍ଦ ଜଙ୍ଗଲରେ ହାତୀଙ୍କ ଚଳପ୍ରଚଳ ଓ ସେମାନଙ୍କ ସୁରକ୍ଷା ଦିଗରେ କାର୍ଯ୍ୟ କରିବାକୁ ଏହି ଶିବିରରେ ସବିଶେଷ ଆଲୋଚନା କରାଯାଇ ବହୁବିଧ ପରାମର୍ଶ ଦିଆଯାଇଥିଲା। ବିଭିନ୍ନ ସମୟରେ ଜନବସତି ଗୁଡ଼ିକୁ ମାଡ଼ି ଆସୁଥିବା ହାତୀଙ୍କ ଗତିବିଧି ସମ୍ପର୍କରେ ତୁରନ୍ତ ବନ ବିଭାଗ ଅଧିକାରୀମାନଙ୍କୁ ସୂଚନା ପ୍ରଦାନ କରିବା। ଜଙ୍ଗଲ ଅଞ୍ଚଳରେ ବେଆଇନ ଭାବେ ଶିକାର ପାଇଁ ବିଦ୍ୟୁତ ହୁକିଂ କିମ୍ବା ସୋଲାର ବିଦ୍ୟୁତ ଫେନ୍ସିଂ କରାଯାଇଥିବା ଦେଖିଲେ ନିୟୋଜିତ ବିଦ୍ୟୁତ ପ୍ରହରୀ ବୃନ୍ଦ ସେଗୁଡିକୁ ଜବତ କରି ବନ ବିଭାଗ ଏବଂ ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କୁ ଅବଗତ କରାଇବା ସମ୍ପର୍କରେ ଶିବିରରେ ପରାମର୍ଶ ଦିଆଯାଇଥିଲା। ବନ ବିଭାଗ ପକ୍ଷରୁ ପାଟପୁର ଓ ଚିକିଟି ସେକ୍ସନରେ ନିଯୁକ୍ତ ୭ ୟୁନିଟର ୨୮ ଜଣ ଗଜ ସାଥି ବୃନ୍ଦ ଏବଂ ବିଦ୍ୟୁତ ପ୍ରହରୀ ବୃନ୍ଦ ଶିବିରରେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?