ଛାତ୍ରୀମାନଙ୍କୁ ସୁରକ୍ଷା ଜରୁରୀ: ଆତ୍ମସୁରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଏହି ଶିବିର ଉଦଘାଟନ କାର୍ଯ୍ୟକ୍ରମରେ କଲେଜ ଅଧ୍ୟକ୍ଷ ଡ଼.ଅସିତ କୁମାର ଷଡଙ୍ଗୀ ସଭାପତିତ୍ୱ କରିଥିଲେ। କାର୍ଯ୍ୟକ୍ରମ ସଂଯୋଜିକା ଅଧ୍ୟାପିକା ଅଞ୍ଜଳି ମଣ୍ଡଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ।
ସେହିଭଳି ପ୍ରାକ୍ତନ ସଂଯୋଜିକା ଅଧ୍ୟାପିକା ଡ଼. ଆରତୀ ପାତ୍ର, ଯୁକ୍ତ ୨ ସଂଯୋଜିକା ଅଧ୍ୟାପିକା ଡ. ନିର୍ମଳା ମହାନ୍ତି, ବରିଷ୍ଠ ଅଧ୍ୟାପକ ଡ. ହର୍ଷଚନ୍ଦ୍ର ରଥ, ଆତ୍ମସୁରକ୍ଷା ପ୍ରଶିକ୍ଷିକା ସୁଶ୍ରୀ ଉଷାରାଣୀ ଦୋରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଛାତ୍ରୀମାନେ ଆତ୍ମସୁରକ୍ଷା କୌଶଳ ଜାଣିବା ପୂର୍ବରୁ ପ୍ରଥମେ ନିଜ ଭିତରେ ଦୃଢ ଆତ୍ମବିଶ୍ବାସ ଜାଗ୍ରତ କରିବା ଦରକାର ବୋଲି ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ। ଅଧ୍ୟାପିକା ପୁଷ୍ପଲତା ସାହୁ, ଶାଲିନୀ ସକ୍ସେନା, ଡ. ରଞ୍ଜିତା ପାତ୍ର, ପ୍ରିୟଙ୍କା ପାତ୍ର, ଅଧ୍ୟାପକ ମାନସ କୁମାର ସାହୁଙ୍କ ସମେତ ବହୁ ଅଧ୍ୟାପକ, ଅଧ୍ୟାପକ ଓ ଛାତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri