Posted inଫୁରସତ

ବନ୍ୟପ୍ରାଣୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ

ବନ୍ୟ ଜୀବଜନ୍ତୁ ତଥା ବୃକ୍ଷଲତା ପରିବେଶ ସନ୍ତୁଳନ ରକ୍ଷାକରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାନ୍ତି। ବନ୍ୟଜୀବଙ୍କୁ ମଣିଷ ଅନବରତ ଧ୍ୱଂସ କରିବା ଦ୍ୱାରା ଜଳବାୟୁରେ ପରିବର୍ତ୍ତନ ହେଉଛି। ଏଣୁ ମାନବ ଜୀବନ ସୁରକ୍ଷିତ ରଖିବାକୁ ହେଲେ ଆମକୁ ବନ୍ୟଜନ୍ତୁ ଓ ବୃକ୍ଷଲତା ସୁରକ୍ଷା ଉପରେ ଗୁରୁତ୍ୱ ଦେବାକୁ ହେବ। ବନ୍ୟପ୍ରାଣୀ ବିନା ପୃଥିବୀ ଏକ ଶୁଷ୍କ ଗ୍ରହ ପାଲଟିଯିବ ଯେଉଁଠି ଜୀବନ ସମ୍ଭବ ହୋଇପାରିବ ନାହିଁ। ବନ୍ୟଜୀବନଙ୍କ ସୁରକ୍ଷା କରି ଆମେ ନିଜ ତଥା ପୃଥିବୀର ଅସ୍ତିତ୍ୱକୁ ରକ୍ଷା କରିପାରିବା।
ସଙ୍କଟରେ ଥିବା ଜୀବ ତଥା ଜଙ୍ଗଲର ସୁରକ୍ଷା ପାଇଁ ୩ ମାର୍ଚ୍ଚ ୧୯୭୩ରେ ସିଆଇଟିଇଏସ୍‌(କନଭେସନ ଅନ୍‌ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଇନ୍‌ ଏନ୍‌ଣ୍ଡେଜର୍ଡ ସ୍ପେସିସ୍‌)ରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୨୦୧୩ରେ ଥାଇଲାଣ୍ଡର ବ୍ୟାଙ୍କକରେ ଅନୁଷ୍ଠିତ ସିଆଇଟିଇଏସ୍‌ର ୧୬ତମ ଅଧିବେଶନରେ ପ୍ରଥମେ ଏହି ଦିବସ ପାଳନ କରାଯିବା ଲାଗି ପ୍ରସ୍ତାବ ଦିଆଯାଇଥିଲା। ଏହାକୁ ବିଚାରକୁ ନେଇ ୨୦ ଡିସେମ୍ବର ୨୦୧୩ରେ ଜାତିସଂଘ ସାଧାରଣ ପରିଷଦର ୬୮ତମ ଅଧିବେଶନରେ ୩ ମାର୍ଚ୍ଚକୁ ବିଶ୍ୱ ବନ୍ୟପ୍ରାଣୀ ଦିବସ ଭାବେ ଘୋଷଣା କରାଯାଇଥିଲା। ୨୦୧୪ରେ ପ୍ରଥମ ଥର ଲାଗି ଏହି ଦିବସ ପାଳନ କରାଯାଇଥିଲା। ତେବେ ସବୁ ବର୍ଷ ଭଳି ମଧ୍ୟ ଚଳିତ ବର୍ଷ ଏହି ଦିବସ ଲାଗି ବାର୍ତ୍ତା ରହିଛି, ‘ଜଙ୍ଗଲ ଓ ଜୀବିକା : ଗ୍ରହ ଓ ଜୀବନର ଅସ୍ତିତ୍ୱ ରକ୍ଷା’। ବିଶ୍ୱର ସନ୍ତୁଳନ ବଜାୟ ରଖିବାରେ ଜଙ୍ଗଲ, ଜଙ୍ଗଲ ପ୍ରାଣୀ, ଇକୋସିଷ୍ଟମର ମୁଖ୍ୟ ଭୂମିକା ରହିଛି। ବିଶ୍ୱରେ ଦାରିଦ୍ର ଦୂରୀକରଣ, ସମ୍ବଳର ନିରନ୍ତର ବ୍ୟବହାର ଭଳି ଜଙ୍ଗଲ ଜୀବନ ସୁରକ୍ଷା ଦିଗରେ କାର୍ଯ୍ୟ କରିବାକୁ ମିଳିତ ଜାତିସଂଘ ପ୍ରତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri