Posted inଜାତୀୟ

ମେଡ଼ିକାଲ ଶିକ୍ଷାରେ ଆତଙ୍କବାଦ ପୀଡ଼ିତଙ୍କୁ ମିଳିବ ସଂରକ୍ଷଣ…

ନୂଆଦିଲ୍ଲୀ,୮।୧୧ : ଜମ୍ମୁ-କଶ୍ମୀରରେ ଆତଙ୍କବାଦରେ ପୀଡିତଙ୍କ ପରିବାରଙ୍କ ସୁବିଧା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଆତଙ୍କବାଦ ଦ୍ୱାରା ପ୍ରଭାବିତ ପରିବାରର ପିଲାମାନଙ୍କୁ ସରକାରୀ କଲେଜଗୁଡ଼ିକରେ ଏମବିବିଏସ ଏବଂ ବିଡିଏସ ଭଳି ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ ସଂରକ୍ଷଣ ପ୍ରଦାନ କରାଯିବ। ଏହି ନିଷ୍ପତ୍ତି ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ। ଭବିଷ୍ୟତରେ ଏହା ଜାରି ରହିବ କି ନାହିଁ ତାହାର ନିଷ୍ପତ୍ତି ନିଆଯିବ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଜାରି ବିଜ୍ଞପ୍ତିକୁ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କ ନେତୃତ୍ୱ ସରକାର ମଧ୍ୟ ଅନୁମୋଦନ କରିଛନ୍ତି।

ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ଆତଙ୍କବାଦୀ ଆକ୍ରମଣରେ ଉଭୟ ପିତାମାତାଙ୍କୁ ହରାଇଥିବା ସେହି ପିଲାମାନଙ୍କୁ ପ୍ରାଥମିକତା ଦିଆଯିବ। ଯଦି ପରିବାରର ଏକମାତ୍ର ଅନ୍ନଦାତାଙ୍କର ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ଘଟିଛି କିମ୍ବା ଅକ୍ଷମ ହୋଇଯାଇଛନ୍ତି, ତା’ହେଲେ ତାଙ୍କ ପରିବାର ସଦସ୍ୟ ମଧ୍ୟ ଏହି ସୁବିଧାପାଇବେ। ଏହି ସଂରକ୍ଷଣ ସେହି ଲୋକମାନଙ୍କ ପାଇଁ ଉପଲବ୍ଧ ହେବ ଯେଉଁମାନେ ଜମ୍ମୁ-କଶ୍ମୀରର ସ୍ଥାୟୀ ବାସିନ୍ଦା। ରାଜ୍ୟ ତଥା କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ଅନ୍ୟ ବିଭାଗର କର୍ମଚାରୀଙ୍କ ପରିବାର ସଦସ୍ୟ ମଧ୍ୟ ଏହି ସଂରକ୍ଷଣ ସୁବିଧା ପାଇବେ।

ଏହି ସଂରକ୍ଷଣର ଲାଭ ପାଇଁ ସର୍ବନିମ୍ନ ଯୋଗ୍ୟତା ମଧ୍ୟ ସରକାର ସ୍ଥିର କରିଛନ୍ତି। ବିଜ୍ଞପ୍ତିରେ କୁହାଯାଇଛି ଯେ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଜୀବବିଜ୍ଞାନ କିମ୍ବା ବାୟୋଟେକ୍ନୋଲୋଜି ପରି ବିଷୟଗୁଡ଼ିକରେ ଅତି କମରେ ୫୦ ପ୍ରତିଶତ ମାର୍କ ରଖିଥିବା ବିଦ୍ୟାର୍ଥୀମାନେ ହିଁ ଏହି ସଂରକ୍ଷଣ ପାଇବେ। ଏସସି,ଏସଟି, ଓବିସିଙ୍କ ପାଇଁ ୪୦ ପ୍ରତିଶତ ମାର୍କର ସୀମା ସ୍ଥିର କରାଯାଇଛି। ଦିବ୍ୟାଙ୍ଗ ବର୍ଗଙ୍କ ପାଇଁ, ଏହା ୪୫ ପ୍ରତିଶତ ରହିଛି। ଏମବିବିଏସ ଏବଂ ବିଡିଏସ ପାଠ୍ୟକ୍ରମରେ ଆଡମିଶନ ନିଟ୍‌ ପରୀକ୍ଷା ଯୋଗ୍ୟତା ଆଧାରରେ ସ୍ଥିର କରାଯିବ। ମନ୍ତ୍ରଣାଳୟ କହିଛି ଯେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ପୀଡିତଙ୍କ ପାଇଁ ଏହି ସଂରକ୍ଷଣ କେବଳ କେନ୍ଦ୍ରୀୟ ପୁଲ ଅନ୍ତର୍ଗତ ଆସନ ଉପରେ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?