ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା

କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ପକ୍ଷୀମାନଙ୍କ ସୁରକ୍ଷା କରାଯାଇ ପାରୁ ନ ଥିବାରୁ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରିଛନ୍ତି। ଏଭଳି ସୁରକ୍ଷା ଅଭାବରୁ ବାଦୁଡି ବଂଶ ଲୋପ ପାଇବାକୁ ବସିଛି ା ହେଲେ ବାଂଶପାଳ ବ୍ଲକ ତାରମାକାନ୍ତ ଗ୍ରାମର ବନବାସୀମାନେ ବାଦୁଡିର ସୁରକ୍ଷା ଲାଗି ଭିନ୍ନ ଉପାୟ ଆପଣେଇଛନ୍ତି। ଏହି ଗ୍ରାମରେ ପୂଜା ପାଉଛନ୍ତି ଗ୍ରାମଦେବୀ କଣ୍ଡେଇବିରା। ଏହି ଗ୍ରାମଦେବୀ ପରିସରରେ ରହିଛି ବହୁ ପୁରୁଣା ବଟବୃକ୍ଷ ା ବଟବୃକ୍ଷରେ ରହିଛନ୍ତି ଶହ ଶହ ବାଦୁଡି ା ଗ୍ରାମବାସୀଙ୍କ ବିଶ୍ୱାସ ଯେ, ବାଦୁଡିମାନେ ଗ୍ରାମଦେବୀଙ୍କ ଅଂଶ ବିଶେଷ ା ଏଣୁ ଗ୍ରାମବାସୀ ବାଦୁଡିଙ୍କର କ୍ଷତି କରନ୍ତି ନାହିଁ ବରଂ ବାହ୍ୟ ଶିକାରୀଙ୍କଠାରୁ ରକ୍ଷା କରିଥାନ୍ତି। ସ୍ଥାନୀୟ ବାସିନ୍ଦା ରାମଚନ୍ଦ୍ର ବେହେରା କୁହନ୍ତି, ଗ୍ରାମଦେବୀ ଉଭୟ ଗ୍ରାମବାସୀ ଓ ବାଦୁଡିର ସୁରକ୍ଷା କରୁଛନ୍ତି ା ପ୍ରାକୃତିକ ଦୈବି ଦୁର୍ବିପାକ ଆସିଲେ ସେମାନଙ୍କର କ୍ଷତି ହୁଏ ନାହିଁ ବୋଲି ସେମାନଙ୍କ ପ୍ରଗାଢ ବିଶ୍ୱାସ ରହିଛି। କାରଣ ଯାହା ବି ହେଉ ବାଦୁଡି ବଂଶ ରକ୍ଷା ଲାଗି ଗ୍ରାମବାସୀଙ୍କ ଏଭଳି ଉଦ୍ୟମ ନିଶ୍ଚିତ ସ୍ବାଗତଯୋଗ୍ୟ ା ଏଭଳି ଅନ୍ୟାନ୍ୟ ଅଞ୍ଚଳରେ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ଉଦ୍ୟମ କରିବା ଆବଶ୍ୟକ ବୋଲି ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ହରେକୃଷ୍ଣ ମହାନ୍ତ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri