Posted inଫୁରସତ

ପରିବେଶ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ନିହାତି ଜରୁରୀ

ପରିବେଶ ସନ୍ତୁଳନ ପାଇଁ ପ୍ରାଣୀଙ୍କ ସୁରକ୍ଷା ଏବଂ ସଂରକ୍ଷଣ ଅପରିହାର୍ଯ୍ୟ। ମୁଖ୍ୟତଃ ଜଙ୍ଗଲରେ ରହୁଥିବା ପ୍ରାଣୀଙ୍କ ଯୋଗୁ ଜୈବ ବିବିଧତା ବଜାୟ ରହିଥାଏ। ଜଙ୍ଗଲ ବିନା ଜଳବାୟୁ ପରିବର୍ତ୍ତନର ଆଶଙ୍କା ଅଧିକ। ତେବେ ପୃଥିବୀର ସ୍ଥାୟିତ୍ୱ ପାଇଁ ଗୁରୁତ୍ୱପୂର୍ଣ୍ଣ ସାବସ୍ତ୍ୟ ହେଉଥିବା ପ୍ରାଣୀଙ୍କ ସୁରକ୍ଷା ଲାଗି ପ୍ରତିବର୍ଷ ଅକ୍ଟୋବର ୪ରେ ବିଶ୍ୱ ପ୍ରାଣୀ ଦିବସ ପାଳନ କରାଯାଇଥାଏ। ଏନେଇ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି ଲାଗି ୧୯୨୫ ମାର୍ଚ୍ଚ ୨୪ରେ ଜର୍ମାନୀର ବର୍ଲିନରେ ପ୍ରଥମେ ଉଦ୍ୟମ ଆରମ୍ଭ ହୋଇଥିଲା। ୧୯୨୯ରେ ଏହାକୁ ଅକ୍ଟୋବର ୪କୁ ଘୁଞ୍ଚା ଯାଇଥିଲା। ପରେ ୧୯୩୧ ମେ’ରେ ଇଟାଲୀର ଫ୍ଲୋରେନ୍ସରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଆନିମଲ କଂଗ୍ରେସରେ ଏହି ଦିବସ ପାଳନ ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା। ଏନେଇ ୨୦୦୬ ଅକ୍ଟୋବର ୨୭ରେ ପୋଲାଣ୍ଡ ପାର୍ଲାମେଣ୍ଟରେ ଏକ ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ତେବେ ୨୦୦୭ଠାରୁ ପ୍ରତିବର୍ଷ ଏହି ଦିବସକୁ ଅକ୍ଟୋବର-୪ରେ ବିଶ୍ୱସ୍ତରରେ ପାଳନ କରାଯାଉଛି। ଲଗାତର ଜଙ୍ଗଲ କଟାଯୋଗୁ ବାସସ୍ଥଳ ଅଭାବରେ ବହୁ ପ୍ରଜାତିର ପ୍ରାଣୀ ଲୋପ ପାଇବାର ଆଶଙ୍କା ବଢିଲାଣି। ୨୦୦୩ରେ ନେଚର ଓ୍ବାଚ ଫାଉଣ୍ଡେଶନ ପକ୍ଷରୁ ପ୍ରଥମେ ବିଶ୍ୱ ପ୍ରାଣୀ ଦିବସ ଓ୍ବେବ୍ସାଇଟର୍‌ ଶୁଭାରମ୍ଭ କରାଯାଇଥିଲା। ପ୍ରାଣୀଙ୍କ ବିକାଶ ଲକ୍ଷ୍ୟ ନେଇ ଏହା ମାଧ୍ୟମରେ ବିଭିନ୍ନ ବିଶ୍ୱସ୍ତରୀୟ ସଂସ୍ଥା ସହିତ ଯୋଗାଯୋଗକୁ ଗୁରୁତ୍ୱାରୋପ କରାଯାଇଥିଲା। ୨୦୦୭ରେ ଏନେଇ ବିଶ୍ୱସ୍ତରୀୟ ଭଲ୍‌ୟୁଣ୍ଟାରି ଆମ୍ବାସାଡର ପ୍ରୋଗ୍ରାମ ମଧ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଏଇ ଭାରତରେ

ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri