ସାମ୍ବାଦିକଙ୍କୁ ସୁରକ୍ଷା, ପେନସନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଓୟୁଜେର ସ୍ମାରକପତ୍ର

ଛତ୍ରପୁର,୧୫।୨(ସନ୍ତୋଷ ପାଢ଼ୀ): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ) ଗଞ୍ଜାମ ଜ଼ିଲା କମିଟି ପକ୍ଷରୁ ସାମ୍ବାଦିକମାନଙ୍କ ୩ ଦଫା ଦାଦି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜ଼ିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ମାସିକ ଅନ୍ୟୁନ ୨୫ ହଜାର ଟଙ୍କା ପେନ୍‌ସନ୍‌ ପ୍ରଦାନ କରାଯାଉ। ଦେଶର ୧୮ଟି ରାଜ୍ୟରେ ସାମ୍ବାଦିକମାନେ ପେନସନ ସୁବିଧା ପାଉଛନ୍ତି। ସାମ୍ବାଦିକମାନଙ୍କ ନିରାପତ୍ତା ପାଇଁ ବିଧାନସଭାର ଚଳିତ ଅଧିବେଶନରେ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ କରାଯାଉ। ଇତିମଧ୍ୟରେ ମହାରାଷ୍ଟ୍ର ଓ ଛତିଶଗଡ଼ ସରକାର ଏଭଳି ଆଇନ ପ୍ରଣୟନ କରିସାରିଛନ୍ତି। ବିଡ଼ମ୍ବନାର ବିଷୟ ହେଲା ରାଜ୍ୟରେ ଦୀର୍ଘ ୧୬ବର୍ଷ ହେଲା ସାମ୍ବାଦିକ ଅଧିସ୍ବୀକୃତି କମିଟି ନାହିଁ। ତୁରନ୍ତ ରାଜ୍ୟରେ ସାମ୍ବାଦିକ ଅଧିସ୍ବୀକୃତି କମିଟି ଗଠନ କରିବାକୁ ଦାବି ହୋଇଛି। ସାମ୍ବାଦିକଙ୍କ ନ୍ୟାୟୋଚିତ ଦାବି ପ୍ରତି ସରକାର ଉଦାସୀନ ରହିଲେ ଓଡ଼ିଶା ସାମ୍ବାଦିକ ୟୁନିଅନ ପୁଣିଥରେ ଆନ୍ଦୋଳନ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବ ବୋଲି ଉକ୍ତ ସ୍ମାରକପତ୍ରରେ କୁହାଯାଇଛି। ଏହି ସ୍ମାରକପତ୍ର ପ୍ରଦାନ ବେଳେ ଓୟୁଜେର ପୂର୍ବତନ ସଭାପତି ପ୍ରକାଶ ପାଣିଗ୍ରାହୀ, ଓୟୁଜେର ଗଞ୍ଜାମ ଜିଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ମିଶ୍ର, ଅଶୋକ କୁମାର ରଥ, କ୍ଷେତ୍ରବାସୀ ସାହୁ, ସୁଧୀର କୁମାର ନାହାକ, ରବୀନ୍ଦ୍ର ନାହାକ, ଅରୁଣ କୁମାର ପଣ୍ଡା, ଜ଼ିଲା ସମ୍ପାଦକ ସନ୍ତୋଷ କୁମାର ପଣ୍ଡା, ଦେବବ୍ରତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri