ସାର ଯୋଗାଣ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୨୨ା୮ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ୟୁରିଆ ସାରର କୃତ୍ରିମ ଅଭାବ ଦେଖାଦେଇଛି। ଡିଲରମାନେ ମନଇଚ୍ଛା ଦରରେ ସାର ବିକ୍ରୟ କରୁଛନ୍ତି। ଏହା ପ୍ରତିବାଦରେ ଶୁକ୍ରବାର ଜିଲା କଂଗ୍ରେସ କମିଟି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛ। କମିଟିର ଜିଲା ସଂଯୋଜକ ଘାସିରାମ ମାଝିଙ୍କ ନେତୃତ୍ୱରେ ଦଳୀୟ କର୍ମକର୍ତ୍ତା ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଏତଙ୍କୁ ଦାବିପତ୍ର ପ୍ରଦାନ କରି ଦୁଇ ଦିନ ଭିତରେ ୟୁରିଆ ସାର ଯୋଗାଇ ନ ଦେଲେ ଆସନ୍ତା ୨୫ରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଜିଲାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି ା ଧାନ ସହ ମାଣ୍ଡିଆ, ଗୁର୍ଜି, କୋଦୋ ଡାଲିଜାତୀୟ ଅର୍ଥକରୀ ଫସଲ କରିଥାନ୍ତି। ସ୍ବଳ୍ପ ବୃଷ୍ଟିପାତ ଯୋଗୁ ରୁଆ ବେଉଷଣ ହୋଇପାରି ନ ଥିଲା। ବର୍ତ୍ତମାନ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀମାନେ ରୁଆ ବେଉଷଣ କାମ ଆରମ୍ଭ କରିଛନ୍ତି। ଏପରି ସମୟରେ ଜିଲାରେ ରାସାୟନିକ ସାରର କୃତ୍ରିମ ଅଭାବ ଦେଖାଦେଇଥିବାରୁ ଚାଷୀମାନେ ଡିଲରଙ୍କଠାରୁ ଚଢା ଦରରେ ସାର କିଣୁଡଛନ୍ତି। ସରକାରୀ ମୂଲ୍ୟ ୟୁରିଆ ସାର ୨୬୬ ଟଙ୍କା ୫୦ ପଇସା ଥିବାବେଳେ ୮ ଶହରୁ ଏକ ହଜାର ଟଙ୍କାରେ ବିକ୍ରୟ ହେଉଛି। ଡିଏପି ସାର ୧୮୪୬ର ମୂଲ୍ୟ ୧୩୫୦ ଟଙ୍କା, ୧୬୧୬ର ମୂଲ୍ୟ ୧୬ ଶହ ଓ ୨୦୨୦ର ମୂଲ୍ୟ ୧୪୫୦ ଟଙ୍କା ରହିଥିବା ବେଳେ ଡିଲରମାନେ ୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରୟ କରୁଥିବା କର୍ମକର୍ତ୍ତା ଦର୍ଶାଇଛନ୍ତି। ଏହାର ସମାଧାନ ନ ହେଲେ ଜିଲା କଂଗ୍ରେସ କିଷାନ ସେଲ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦେଇଛ। ଏହି ସମୟରେ କଂଗ୍ରେସ ଜିଲା ସଂଯୋଜକ ମାଝି ସମେତ ଯୁବ କଂଗ୍ରେସ ଜିଲା ସଭାପତି ଅମିତ କୁମାର ଅହିର, ହରି ମାଝି, ଆଶିଫ ଖାନ, ଇଶାଫ ଖାନ, ସୁଶାନ୍ତ ସାହୁ, ସିଦମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri