Posted inଜାତୀୟ

ଏମ୍‌ବିବିଏସ୍‌ ପାଇଁ ୪୦ ଲକ୍ଷ ଫି’କୁ ବିରୋଧ: ମୁଖ୍ୟମନ୍ତ୍ରୀ କହିଲେ ବଣ୍ଡ କରାଯିବନି ପ୍ରତ୍ୟାହାର…

ଚଣ୍ଡିଗଡ଼,୫।୧୧ : ହରିୟାଣାର ରୋହତକ ପିଜିଆଇରେ ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ୧୦ ଲକ୍ଷ ଟଙ୍କା ବଣ୍ଡକୁ ବିରୋଧ କରୁଥିବା ଛାତ୍ରରଛାତ୍ରମାନେ ୧୫ ଘଣ୍ଟା ଜେଲରେ ରହିବା ପରେ ସେମାନଙ୍କୁ ମୁକ୍ତ କରାଯାଇଥିଲା। ବଣ୍ଡ କିମ୍ବା ଚୁକ୍ତିନାମା କରିବାର ଯୋଜନା ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରତ୍ୟାହାର କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ସୂଚିତ କରିଛନ୍ତି।

ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହୋଇଥିବା ବଣ୍ଡ ପଲିସି ଅନୁଯାୟୀ ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରମାନଙ୍କୁ ବାର୍ଷିକ ୯.୨୦ଲକ୍ଷ ଟଙ୍କା ଜମା କରିବାକୁ ପଡିବ। ଏଥି ସହିତ ୮୦ ହଜାର ଟଙ୍କା ଫି ମଧ୍ୟ ଦେବାକୁ ପଡିବ। ଫଳରେ ଡାକ୍ତରଙ୍କୁ ବର୍ଷକୁ ୧୦ ଲକ୍ଷ ଟଙ୍କା ଜମା କରିବାକୁ ପଡିବ । ନୂତନ ନୀତି ଅନୁସାରେ ସମସ୍ତଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ୪ବର୍ଷରେ ମୋଟ ୪୦ ଲକ୍ଷ ଟଙ୍କା ଜମା କରିବାକୁ ପଡିବ । ଏହାକୁ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବିରୋଧ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟରେ କେବଳ ୬ ହଜାର ଡାକ୍ତର ଥିବାବେଳେ ଆମର ୨୮ ହଜାର ଡାକ୍ତର ଆବଶ୍ୟକ। ଏହି କାରଣରୁ ସରକାରୀ ଡାକ୍ତରଖାନାରେ ସେବା ଯୋଗାଇବା ପାଇଁ ଏହି ନୀତି ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ହେଲିକପ୍ଟର ରୋହତକ ପିଜିଆଇର ସମାରୋହରୁ ଫେରିବାର ପ୍ରାୟ ଦୁଇ ଘଣ୍ଟା ପରେ ରୋହତକ ପୋଲିସ ଅଟକ ଥିବା ଛାତ୍ରମାନଙ୍କୁ ପୋଲିସ ଷ୍ଟେଶନରୁ ଛାତ୍ରୀଛାତ୍ରଙ୍କୁ ମୁକ୍ତ କରିବା ପ୍ରକ୍ରିୟା ଆରମ୍ଭ କରିଥିଲେ।

ତେବେ ଏମବିବିଏସ ଛାତ୍ରଛାତ୍ରୀଙ୍କ ଏହି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଟିକେ ନରମ ହୋଇଛି। ବର୍ତ୍ତମାନ ସୁଦ୍ଧା କାଉନସେଲିଂକୁ ମଧ୍ୟ ସ୍ଥଗିତ ରଖାଯାଇଛି। କିନ୍ତୁ ଯେପର୍ଯ୍ୟନ୍ତ ଏକ ଉଚ୍ଚ ସ୍ତରୀୟ କମିଟି ସରକାରଙ୍କ ପକ୍ଷରୁ ସେମାନଙ୍କ ସହ କଥାବାର୍ତ୍ତା ନକରନ୍ତି, ସେପର୍ଯ୍ୟନ୍ତ ଏହି ବିରୋଧ ଜାରି ରହିବ।

ଏମବିବିଏସ ଛାତ୍ରୀଛାତ୍ରମାନେ କହିଛନ୍ତି ଯେ ସରକାର ଜଣେ ଭଲ ଡାକ୍ତରଙ୍କ ଚିକିତ୍ସା କରିବାର ସୁଯୋଗ ଜନସାଧାରଣଙ୍କଠାରୁ ଛଡ଼ାଇ ନେଉଛନ୍ତି। ଟଙ୍କା ଆଧାରରେ ପ୍ରସ୍ତୁତ ଡାକ୍ତର ଭଲ କିମ୍ବା ଯୋଗ୍ୟତା ଆଧାରରେ ପ୍ରସ୍ତୁତ ଜଣେ ଭଲ ହେବେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଯୋଗ୍ୟତା ସାମ୍ନାରେ ଫି’ର ଏକ ପର୍ବତ ରଖାଯାଇଛି। ଯେଉଁଥିପାଇଁ ସେମାନଙ୍କୁ ଆଡମିଶନ ମିଳୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?