Posted inଜାତୀୟ

ଅଗ୍ନିପଥ ଯୋଜନାକୁ ବିରୋଧ କରି ବିହାରରେ ହିଂସା, ବସ୍‌, ଟ୍ରକରେ ଲଗାଇଲେ ନିଆଁ

ପାଟନା,୧୮ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ହେଲେ ବିହାରରେ ଏହା ଉଗ୍ରରୂପ ଧାରଣ କରିଛି । ଲଗାତାର ତୃତୀୟ ଦିନରେ ପ୍ରଦର୍ଶନକାରୀମାନେ ବସ୍ ଓ ଟ୍ରକ୍‌ରେ ନିଆଁ ଲଗାଇ ଦେଇଛନ୍ତି । ଶନିବାର ସକାଳୁ ବିହାର ଜହାନାବାଦରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଏହାସହ ଶନିବାରଠାରୁ ୨ ଦିନ ପାଇଁ ପ୍ର୍ରାୟ ୧୫ ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି । ଏହି ୨ ଦିନ ବିହାର ବନ୍ଦ ଘୋଷଣା କରାଯାଇଥିବା ବେଳେ କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ହେଉଥିବା ପ୍ରଦର୍ଶନକୁ ବାମ ଦଳ ଓ କିଛି ଛାତ୍ର ସଙ୍ଗଠନ ସମର୍ଥନ ଜଣାଇଛନ୍ତି । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାରେ ସେନାରେ ୪ ବର୍ଷିଆ ନିଯୁକ୍ତି ଯୋଜନାକୁ ବିରୋଧ କରି ଏହି ପ୍ରଦର୍ଶନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri