ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ: ଗଡ଼ପଦା ସ୍କୁଲରେ ଝୁଲିଲା ତାଲା

ରୂପସା,୨୧।୨(ଡି.ଏନ୍‌ଏ): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଗଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ତାଲାବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ କରି ଅଭିଭାବକ, ଗ୍ରାମବାସୀ, ପରିଚାଳନା କମିଟି, ଶାନ୍ତି କମିଟି, ପୁରାତନ ଛାତ୍ରମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନ କରିଥିଲେ । ଫଳରେ ପାଠପଢା ବନ୍ଦ ସାଙ୍ଗକୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଗେଟ୍‌ ବାହାରେ ଅପେକ୍ଷା କରିଥିଲେ। ସମସ୍ୟା ସମାଧାନ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। ବିଦ୍ୟାଳୟର ବିଭିନ୍ନ ଅନିୟମିତତା ଓ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଉତ୍ତେଜନା ଦେଖାଦେଇଛି। ଜଣେ ପ୍ରଧାନଶିକ୍ଷକ ନିଯୁକ୍ତି, ସ୍କୁଲରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ସହକାରୀ ଶିକ୍ଷୟିତ୍ରୀ ମିନତୀ ସୋରେନଙ୍କ ବଦଳି କରାଯାଇ ତାଙ୍କ ସ୍ଥାନରେ ଜଣେ ଶିକ୍ଷକ ନିଯୁକ୍ତି,ପାଚିକା ନିଯୁକ୍ତି, ସିଆରସିସିଙ୍କ ବଦଳି, ବିଭିନ୍ନ ଅନିୟମିତତା ସମ୍ପର୍କରେ ପୂର୍ବତନ ବିଇଓ ଏକ ସ୍ବତନ୍ତ୍ର ଟିମ ସହ ବିଦ୍ୟାଳୟରେ ବାରମ୍ବାର ତଦନ୍ତ କରି ପୂର୍ବତନ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ ଏଯାବତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ଆଦି ଦାବିରେ ତାଲାବନ୍ଦ ହୋଇଥିଲା । ଖବରପାଇ ବସ୍ତା ବ୍ଲକ ଏବିଇଓ ବିଜୟ କୁମାର ଜେନା ଓ ବାସନ୍ତୀଲତା ପୃଷ୍ଟି ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ । ତୁରନ୍ତ ସିଆରସିସି ଓ ଶିକ୍ଷୟିତ୍ରୀ ମିନତୀ ସୋରେନଙ୍କ ବଦଳି ସହ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଓ ଜଣେ ସହକାରୀ ଶିକ୍ଷକଙ୍କୁ ନିଯୁକ୍ତି କରା ନ ଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri