ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ: ଗଡ଼ପଦା ସ୍କୁଲରେ ଝୁଲିଲା ତାଲା

ରୂପସା,୨୧।୨(ଡି.ଏନ୍‌ଏ): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଗଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ତାଲାବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ କରି ଅଭିଭାବକ, ଗ୍ରାମବାସୀ, ପରିଚାଳନା କମିଟି, ଶାନ୍ତି କମିଟି, ପୁରାତନ ଛାତ୍ରମାନେ ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନ କରିଥିଲେ । ଫଳରେ ପାଠପଢା ବନ୍ଦ ସାଙ୍ଗକୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଗେଟ୍‌ ବାହାରେ ଅପେକ୍ଷା କରିଥିଲେ। ସମସ୍ୟା ସମାଧାନ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। ବିଦ୍ୟାଳୟର ବିଭିନ୍ନ ଅନିୟମିତତା ଓ ସମସ୍ୟାର ସମାଧାନ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଉତ୍ତେଜନା ଦେଖାଦେଇଛି। ଜଣେ ପ୍ରଧାନଶିକ୍ଷକ ନିଯୁକ୍ତି, ସ୍କୁଲରେ ବିଶୃଙ୍ଖଳା ସୃଷ୍ଟି କରୁଥିବା ସହକାରୀ ଶିକ୍ଷୟିତ୍ରୀ ମିନତୀ ସୋରେନଙ୍କ ବଦଳି କରାଯାଇ ତାଙ୍କ ସ୍ଥାନରେ ଜଣେ ଶିକ୍ଷକ ନିଯୁକ୍ତି,ପାଚିକା ନିଯୁକ୍ତି, ସିଆରସିସିଙ୍କ ବଦଳି, ବିଭିନ୍ନ ଅନିୟମିତତା ସମ୍ପର୍କରେ ପୂର୍ବତନ ବିଇଓ ଏକ ସ୍ବତନ୍ତ୍ର ଟିମ ସହ ବିଦ୍ୟାଳୟରେ ବାରମ୍ବାର ତଦନ୍ତ କରି ପୂର୍ବତନ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ ଏଯାବତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ଆଦି ଦାବିରେ ତାଲାବନ୍ଦ ହୋଇଥିଲା । ଖବରପାଇ ବସ୍ତା ବ୍ଲକ ଏବିଇଓ ବିଜୟ କୁମାର ଜେନା ଓ ବାସନ୍ତୀଲତା ପୃଷ୍ଟି ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ । ତୁରନ୍ତ ସିଆରସିସି ଓ ଶିକ୍ଷୟିତ୍ରୀ ମିନତୀ ସୋରେନଙ୍କ ବଦଳି ସହ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଓ ଜଣେ ସହକାରୀ ଶିକ୍ଷକଙ୍କୁ ନିଯୁକ୍ତି କରା ନ ଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ଆସି ସାଲେପୁରରେ ପହଞ୍ଚିନ୍ତି। ରାହୁଲ...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri