ଶିକ୍ଷକଙ୍କ ବଦଳିକୁ ବିରୋଧ

ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ।
ଅନୁଯାୟୀ,ଉକ୍ତ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଭୀଷ୍ମଦେବ ମହାନ୍ତଙ୍କୁ ଦେଉଳାଗଡ଼ିଆ ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି। ଛାତ୍ରୀଛାତ୍ରଙ୍କ କହିବା ମୁତାବକ, ଶିକ୍ଷକ ମହାନ୍ତ ଉତ୍ତମ ଭାବେ ଗଣିତ ଏବଂ ବିଜ୍ଞାନ ପଢ଼ାନ୍ତି। ଅନ୍ୟପକ୍ଷରେ ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଶିକ୍ଷକ ମହାନ୍ତଙ୍କ ବଦଳି ହେଲେ ଛାତ୍ରୀଛାତ୍ରୀମାନଙ୍କ ପରୀକ୍ଷା ପ୍ରସ୍ତୁତିରେ ବାଧା ସୃଷ୍ଟି ହେବ। ଏହି ସବୁ ପ୍ରସଙ୍ଗକୁ ନେଇ ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରିବା ସହିତ ଧାରଣାରେ ବସିଥିଲେ। ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ବେହେରା ଏ ବାବଦରେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ପରେ ଶିକ୍ଷକ ମହାନ୍ତଙ୍କ ବଦଳିକୁ ଏବେ ସ୍ଥଗିତ ରଖାଯାଇଛି ବୋଲି ଜିଲା ଶିକ୍ଷାଧିକାରୀ କହିବା ପରେ ଛାତ୍ରଛାତ୍ରୀମାନେ ଧାରଣାରୁ ଉଠିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri