ଶିକ୍ଷକଙ୍କ ବଦଳିକୁ ବିରୋଧ

ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ।
ଅନୁଯାୟୀ,ଉକ୍ତ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଭୀଷ୍ମଦେବ ମହାନ୍ତଙ୍କୁ ଦେଉଳାଗଡ଼ିଆ ଉଚ୍ଚ ବିଦ୍ୟାଳୟକୁ ବଦଳି କରାଯାଇଛି। ଛାତ୍ରୀଛାତ୍ରଙ୍କ କହିବା ମୁତାବକ, ଶିକ୍ଷକ ମହାନ୍ତ ଉତ୍ତମ ଭାବେ ଗଣିତ ଏବଂ ବିଜ୍ଞାନ ପଢ଼ାନ୍ତି। ଅନ୍ୟପକ୍ଷରେ ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଶିକ୍ଷକ ମହାନ୍ତଙ୍କ ବଦଳି ହେଲେ ଛାତ୍ରୀଛାତ୍ରୀମାନଙ୍କ ପରୀକ୍ଷା ପ୍ରସ୍ତୁତିରେ ବାଧା ସୃଷ୍ଟି ହେବ। ଏହି ସବୁ ପ୍ରସଙ୍ଗକୁ ନେଇ ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଏକ ଅଭିଯୋଗ ପତ୍ର ପ୍ରଦାନ କରିବା ସହିତ ଧାରଣାରେ ବସିଥିଲେ। ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ବେହେରା ଏ ବାବଦରେ ଜିଲା ଶିକ୍ଷାଧିକାରୀଙ୍କୁ ଜଣାଇଥିଲେ। ପରେ ଶିକ୍ଷକ ମହାନ୍ତଙ୍କ ବଦଳିକୁ ଏବେ ସ୍ଥଗିତ ରଖାଯାଇଛି ବୋଲି ଜିଲା ଶିକ୍ଷାଧିକାରୀ କହିବା ପରେ ଛାତ୍ରଛାତ୍ରୀମାନେ ଧାରଣାରୁ ଉଠିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri