ଟ୍ରକ୍‌ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର ନିକଟ ରେଲୱେ ଓଭରବ୍ରିଜ ପାଖରେ ରାସ୍ତା ଅବରୋଧ କରିଥିଲେ। ଫଳରେ ସହର ମୁଖ୍ୟରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟକ ଗାଡ଼ି ଅଟକି ରହିଥିଲା। ପରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳକୁ ପହଞ୍ଚି ରାସ୍ତା ଅବରୋଧ କରିଥିବା ମହିଳା, ପୁରୁଷଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀଙ୍କ ଦାବି ବିଚାରକୁ ନିଆଯାଇ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତା ଅବରୋଧରୁ ଲୋକେ ଉଠିଥିଲେ ଏବଂ ରାସ୍ତାରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ବାନ୍ଦେନଟିକ୍ରା ଗ୍ରାମ ନିକଟରେ ଟ୍ରକ ପାର୍କିଂ ନିର୍ମାଣ କରାଯାଉଛି। ତେବେ ସେଠାରେ ଟ୍ରକ୍‌ ପାର୍କିଂ ହେଲେ ଗ୍ରାମବାସୀ ବହୁବିଧ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। ସେଥିପାଇଁ ଆଗାମୀ ଦିନରେ ବହୁ ଦୁର୍ଘଟଣାର ସମ୍ମୁଖୀନ ହେବାକୁ ପଡିବ ଏବଂ ଛାତ୍ରୀଛାତ୍ର ସ୍କୁଲ, କଲେଜ ଯିବା, ଆସିବା ସମୟରେ ମଧ୍ୟ ଦୁର୍ଘଟଣା ଆଶଙ୍କା ରହିଛି ବୋଲି ଗ୍ରାମବାସୀ କହିଛନ୍ତି। ଏହି ଦୃଷ୍ଟିରୁ ଗ୍ରାମବାସୀ ସେଠାରେ ଟ୍ରକ୍‌ ପାର୍କିଂ ନିର୍ମାଣକୁ ଆରମ୍ଭରୁ ବିରୋଧ କରି ଆସିଛନ୍ତି। ଏ ନେଇ ବରଗଡ଼ ଜିଲାପାଳଙ୍କୁ ମଧ୍ୟ ଗ୍ରାମବାସୀ ଫେରାଦ ହୋଇ ଅଭିଯୋଗ କରିଥିଲେ। ମାତ୍ର କିଛି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ କରି ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଥିଲେ। ଏଥିରେ ଗ୍ରାମର ଶତାଧିକ ମହିଳା, ପୁରୁଷ ସାମିଲ ଥିଲେ। ଆନ୍ଦୋଳନସ୍ଥଳରେ ବ୍ୟାପକ ପୋଲିସ ମୁତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri