ଟ୍ରକ୍‌ ପାର୍କିଂ ନିର୍ମାଣକୁ ବିରୋଧ: ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବାନ୍ଦେନଟିକ୍ରା ନିକଟରେ ଟ୍ରକ ପାର୍କିଂ ନିର୍ମାଣକୁ ନେଇ ବିରୋଧ ତେଜି ଉଠିଛି। ଏହି କ୍ରମରେ ରବିବାର ବାନ୍ଦେନଟିକ୍ରା ଗ୍ରାମବାସୀ ବରଗଡ଼ ପାଣିଛତର ନିକଟ ରେଲୱେ ଓଭରବ୍ରିଜ ପାଖରେ ରାସ୍ତା ଅବରୋଧ କରିଥିଲେ। ଫଳରେ ସହର ମୁଖ୍ୟରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟକ ଗାଡ଼ି ଅଟକି ରହିଥିଲା। ପରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀମାନେ ଆନ୍ଦୋଳନସ୍ଥଳକୁ ପହଞ୍ଚି ରାସ୍ତା ଅବରୋଧ କରିଥିବା ମହିଳା, ପୁରୁଷଙ୍କ ସହିତ ଆଲୋଚନା କରିଥିଲେ। ଗ୍ରାମବାସୀଙ୍କ ଦାବି ବିଚାରକୁ ନିଆଯାଇ ବିହିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ରାସ୍ତା ଅବରୋଧରୁ ଲୋକେ ଉଠିଥିଲେ ଏବଂ ରାସ୍ତାରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ବାନ୍ଦେନଟିକ୍ରା ଗ୍ରାମ ନିକଟରେ ଟ୍ରକ ପାର୍କିଂ ନିର୍ମାଣ କରାଯାଉଛି। ତେବେ ସେଠାରେ ଟ୍ରକ୍‌ ପାର୍କିଂ ହେଲେ ଗ୍ରାମବାସୀ ବହୁବିଧ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। ସେଥିପାଇଁ ଆଗାମୀ ଦିନରେ ବହୁ ଦୁର୍ଘଟଣାର ସମ୍ମୁଖୀନ ହେବାକୁ ପଡିବ ଏବଂ ଛାତ୍ରୀଛାତ୍ର ସ୍କୁଲ, କଲେଜ ଯିବା, ଆସିବା ସମୟରେ ମଧ୍ୟ ଦୁର୍ଘଟଣା ଆଶଙ୍କା ରହିଛି ବୋଲି ଗ୍ରାମବାସୀ କହିଛନ୍ତି। ଏହି ଦୃଷ୍ଟିରୁ ଗ୍ରାମବାସୀ ସେଠାରେ ଟ୍ରକ୍‌ ପାର୍କିଂ ନିର୍ମାଣକୁ ଆରମ୍ଭରୁ ବିରୋଧ କରି ଆସିଛନ୍ତି। ଏ ନେଇ ବରଗଡ଼ ଜିଲାପାଳଙ୍କୁ ମଧ୍ୟ ଗ୍ରାମବାସୀ ଫେରାଦ ହୋଇ ଅଭିଯୋଗ କରିଥିଲେ। ମାତ୍ର କିଛି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ କରି ଗ୍ରାମବାସୀ ରାସ୍ତାକୁ ଓହ୍ଲାଇଥିଲେ। ଏଥିରେ ଗ୍ରାମର ଶତାଧିକ ମହିଳା, ପୁରୁଷ ସାମିଲ ଥିଲେ। ଆନ୍ଦୋଳନସ୍ଥଳରେ ବ୍ୟାପକ ପୋଲିସ ମୁତୟନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri