କ୍ରଶର ବିରୋଧରେ ମେଳି

ଢେଙ୍କାନାଳ ଅଫିସ, ୨୫।୪: ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ପଞ୍ଚାୟତର କଷ୍ଟିପାଳ ଗ୍ରାମରେ ବେଆଇନ ଖଣି ଏବଂ କ୍ରଶର ବିରୋଧରେ ମେଳି ବାନ୍ଧିଛନ୍ତି ସ୍ଥାନୀୟ ଅଞ୍ଚଳର ଆଦିବାସୀ। ସରକାର ପ୍ରଦାନ କରିଥିବା ଗୁଣ୍ଠିକିଆ ଜମି ହଡ଼ପ କରି ସେଠାରେ ବେଆଇନ ଭାବେ ପଥର ଖଣି ଚାଲୁଛି। କ୍ରଶର ସ୍ଥାପନ କରାଯାଇଛି। ଏହାର ପ୍ରତିବାଦରେ ସେମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶକ୍ତି ପ୍ରଦର୍ଶନ କରିଛନ୍ତି। ତୁରନ୍ତ ସରକାର ଦେଇଥିବା ଜମି ପ୍ରଦାନ ବ୍ୟବସ୍ଥା ନ କଲେ ଆଇନ ହାତକୁ ନେବେ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁଯାୟୀ, ଅଞ୍ଚଳର ଗରିବ ଆଦିବାସୀ ୧୯୯୯ରୁ ଗୁଣ୍ଠିକିଆ ଜମିପଟ୍ଟା ପାଇଛନ୍ତି। ହେଲେ ବିଧିବଦ୍ଧ ଭାବେ ସେମାନଙ୍କୁ ଜମି ହସ୍ତାନ୍ତର କରାଯାଉନାହିଁ। ତେଣୁ ସେମାନେ ଘର ନିର୍ମାଣ କରିପାରୁନାହାନ୍ତି। ଜମି ନ ପାଇବା ଯାଏ ସଂଗ୍ରାମ ଜାରି ରହିବ ବୋଲି କାର୍ତ୍ତିକ ସାମଲ ଏବଂ ପ୍ରମିଳା ପଧାନ ପ୍ରମୁଖ କହିଛନ୍ତି। ଆଦିବାସୀ ବସ୍ତି ନିକଟରେ କ୍ରଶର ସ୍ଥାପନ ନିୟମ ନାହିଁ। ତଥାପି ଏଥିପାଇଁ କିପରି ଅନୁମତି ଦିଆଗଲା, ତାହାକୁ ନେଇ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଏ ସଂକ୍ରାନ୍ତରେ ଗଁଦିଆ ତହସିଲଦାର ଆଶିଷ ରଞ୍ଜନ ସାହୁ କୁହନ୍ତି, ୧୯୯୯ରେ ୬୦ଜଣ ଭୂମିହୀନ ଆଦିବାସୀଙ୍କୁ ଗୁଣ୍ଠିକିଆ ଜମିପଟ୍ଟା ପ୍ରଦାନ କରାଯାଇଛି। ତେବେ ନିର୍ଦ୍ଧାରିତ ସ୍ଥାନରେ ସେମାନେ ରହୁନାହାନ୍ତି। ଏକ ବିଦ୍ୟୁତ୍‌ କମ୍ପାନୀର ଟାୱାର ସ୍ଥାପନ କାର୍ଯ୍ୟ ପାଇଁ ଜଣେ ବ୍ୟକ୍ତି ପ୍ରଶାସନର ଅନୁମୋଦନକ୍ରମେ ସେଠାରେ ପ୍ରଥମେ ୩ମାସ ପାଇଁ କ୍ରଶର କରିଥିଲେ। ଏହାପରେ ଏହାର ଅବଧି ଆଉ ୩ ମାସ ବୃଦ୍ଧି କରାଯାଇଛି। ସମସ୍ୟା ସମ୍ପର୍କରେ ଅବଗତ ହେବାପରେ ଜିଲାପାଳ ଘଟଣାର ତଦନ୍ତ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri