ଉଠା ଦୋକାନୀଙ୍କ ସମସ୍ୟା ସମାଧାନ ଦାବି: ଜବରଦଖଲ ଉଚ୍ଛେଦ ବିରୋଧରେ ବିକ୍ଷୋଭ

ନୂଆପଡ଼ା,୨୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ମହକୁମା ୩୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଜବରଦଖଲ କରି ଦୋକାନ କରିଥିବା ବ୍ୟବସାୟୀଙ୍କୁ ୭ ଦିନ ଭିତରେ ଖାଲି କରିବା ପାଇଁ ନୂଆପଡା ଏନ୍‌ଏସି ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହାକୁ ବିରୋଧ କରି ଟ୍ରେଡ ୟୁନିଅନ ସଭାପତି ସରୋଜ କୁମାର ସାହୁଙ୍କ ଆହ୍ବାନକ୍ରମେ ଓ ବଣିକ ସଂଘ ସଭାପତି ହରିଶ୍ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ବୁଧବାର ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏଥିଯୋଗୁ ସହରରେ ଥିବା ଛୋଟ ବଡ ପାଖାପାଖି ୨ ଶହ ଦୋକାନ, ଡେଲି ମାର୍କେଟ ଓ ଅନ୍ୟାନ୍ୟ ଦୋକାନ ବଜାର ବନ୍ଦ ରହିଥିଲା। ପୂର୍ବାହ୍ନରେ ସହରର ସମସ୍ତ ଦୋକାନୀ ଏକତ୍ରିତ ହୋଇ ଏକତା ଛକଠାରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଧାରଣାରେ ବସିଥିଲେ। ଏହା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଜିଲାପାଳ ମଧୁସୂଦନ ଦାଶ ଧାରଣାସ୍ଥଳକୁ ଆସି ଆଲୋଚନା କରିଥିଲେ ା ଟ୍ରେଡ ୟୁନିଅନ ସଭାପତି, ବଣିକ ସଂଘ ସଭାପତି ଓ ଉଠା ଦୋକାନୀଙ୍କ ସହ ଜିଲାପାଳ ଆଲୋଚନା କରି ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ନେଇ ଏକ କମିଟି ଗଠନ କରାଯିବ। ସେହି କମିଟି ତଦନ୍ତ କଲା ପରେ ସବୁ ସମସ୍ୟାର ସମାଧାନ କରାଯିବ। ଯେପର୍ଯ୍ୟନ୍ତ ଉଠା ଦୋକାନୀଙ୍କ ସମସ୍ୟା ସମାଧାନ ନ ହୋଇଛି ସେପର୍ଯ୍ୟନ୍ତ କୌଣସି ଦୋକାନକୁ ଉଠାଯିବ ନାହିଁ ବୋଲି ଜିଲାପାଳ କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏହି ସମୟରେ ଅଭିନନ୍ଦନ ପଣ୍ଡା, ଭାନୁ ପ୍ରତାପ ସିଂ ମାଝି, ରାମଚନ୍ଦ୍ର ରଥ, ରାମବିଲାଶ ଗୁପ୍ତା, ବାଲେଶ୍ୱର ସାହୁ, ଦିନନାଥ ସତନାମୀ, ଗୋବିନ୍ଦ ସାହୁ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri